ହସିନାଙ୍କ ବ୍ରିଜ୍‌ କୂଟନୀତି, ମମତାଙ୍କୁ ସ୍ବତନ୍ତ୍ର ଆମନ୍ତ୍ରଣ…

ଢାକା,୨୦।୭ : ଭାରତ ସହ ବିଶେଷ ସମ୍ପର୍କ ଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ସ୍ବତନ୍ତ୍ର ଆମନ୍ତ୍ରଣ ପଠାଇଛନ୍ତି। ନିର୍ମାଣ ହୋଇଥିବା ନୂଆ ପଦ୍ମ ବ୍ରିଜ ଦେଖିବା ପାଇଁ ଶେଖ ହସିନା ମମତାଙ୍କୁ ଆମନ୍ତ୍ରଣ କରିଛନ୍ତି। ହସିନା ବ୍ରିଜ୍‌ କୂଟନୀତି ଆଧାରେ କହିଛନ୍ତି ଯେ, ପଶ୍ଚିମବଙ୍ଗ ସମେତ ବାଂଲାଦେଶ ଏବଂ ଭାରତ ମଧ୍ୟରେ ବାଣିଜି୍ୟକ ସମ୍ପର୍କ ବୃଦ୍ଧିରେ ପଦ୍ମ ବ୍ରିଜ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପକ୍ଷରୁ କୋଲକାତା ପଠାଯାଇଥିବା ନିମନ୍ତ୍ରଣ ପତ୍ରରେ ଲେଖା ହୋଇଛି ଯେ ମୁଁ ତୁମ ସୁବିଧା ଅନୁଯାୟୀ ବାଂଲାଦେଶ ଆସିବାକୁ ଆମନ୍ତ୍ରଣ କରୁଛି। ସେପ୍ଟେମ୍ବରରେ ମୋର ଭାରତ ଗସ୍ତ ସମୟରେ ଦିଲ୍ଲୀରେ ଆପଣଙ୍କ ସହ ସାକ୍ଷାତ କରିବାର ସୁଯୋଗ ପାଇବାକୁ ମୁଁ ଆଶା କରୁଛି। ଏହା ମଧ୍ୟ ଲେଖାଯାଇଛି ଯେ ଏହି ସେତୁ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ସମେତ ସମଗ୍ର ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବ।

ଶେଖ ହସିନା କହିଛନ୍ତି ଯେ ପଶ୍ଚିମବଙ୍ଗର ଲୋକଙ୍କ ସହ ବାଂଲାଦେଶର ଲୋକଙ୍କ ଭାବପ୍ରବଣତା ରହିଛି। ଭାଷା, ସଂସ୍କୃତି ଏବଂ ଆଦର୍ଶଗତ ସମାନତା ହେଉଛି ଏହାର ପ୍ରମୁଖ ଶକ୍ତି। ସେଥିପାଇଁ ତୁମେ ଆସି ପଦ୍ମ ନଦୀ ଉପରେ ନିର୍ମିତ ନୂତନ ସେତୁକୁ ଦେଖିବ ବୋଲି ଆଶା।

ଶେଖ ହସିନା ଏବଂ ମମତାଙ୍କର ମଧ୍ୟରେ ଭଲ ସମ୍ପର୍କ ଅଛି। ଏପରି ପରିସ୍ଥିତିରେ, ତାଙ୍କ ନିମନ୍ତ୍ରଣକୁ ଗ୍ରହଣ କରି ମମତା ଶୀଘ୍ର ବାଂଲାଦେଶ ଗସ୍ତ କରିବେ ବୋଲି କୁହାଯାଉଛି। ଏହାପୂର୍ବରୁ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ପିଙ୍କ୍‌ ବଲ ଟେଷ୍ଟ ସମୟରେ ଶେଖ ହସିନା ଏବଂ ମମତା ଏକାଠି ନଜର ଆସିଥିଲେ। ଶେଖ ହସିନା କିଛି ଦିନ ତଳେ ବାଂଲାଦେଶରୁ ଆମ୍ବ ମମତାଙ୍କ ପାଇଁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?