ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। କୃତକାର୍ଯ୍ୟ ହୋଇଥିବା ଏହି ଛାତ୍ରମାନେ ହେଲେ କଳିଗାଁ ପଞ୍ଚାୟତ ମୁଦୁଲିପଦା ଗ୍ରାମର ଚନ୍ଦନ ସାହୁ, ବାଙ୍ଗୋର ଗ୍ରାମର ଅଭିଜିତ ପୃଷ୍ଟି ଏବଂ ଗୋପ ଡିଗିସାହିର ଆଶୁତୋଷ ସାହୁ। ସଫଳତା ପରେ ତିନି ମେଧାବୀ ଭବିଷ୍ୟତରେ ଜଣେ ଜଣେ ଭଲ ଡାକ୍ତର ହୋଇ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖିଥିବା ପ୍ରକାଶ କରିଛନ୍ତି।

ମୁଦୁଲିପଦା ଗ୍ରାମର ଚାଷୀ ଭାବଗ୍ରାହୀ ସାହୁଙ୍କ ପୁଅ ଚନ୍ଦନ ସାହୁ ନିଟ୍ ପରୀକ୍ଷାରେ ୬୨୧ ମାର୍କ ରଖି ସର୍ବଭାରତୀୟ ସ୍ତରରେ ୪୮୨୮ ରାଙ୍କ ହାସଲ କରିଛନ୍ତି। ଚନ୍ଦନ ହଦଗଡ଼ ନବୋଦୟ ବିଦ୍ୟାଳୟରୁ ଦଶମ ଏବଂ ଶାଳପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟରୁ ଯୁକ୍ତ ଦୁଇ ଶିକ୍ଷା ଶେଷ କରିବା ପରେ ଯାଜପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ପ୍ରଶିକ୍ଷଣ ନେଇଥିଲେ। ସେହିପରି ବାଙ୍ଗୋର ଗ୍ରାମର ନିରଞ୍ଜନ ପୃଷ୍ଟିଙ୍କ ପୁଅ ଅଭିଜିତ ପୃଷ୍ଟି ୬୩୯ ମାର୍କ ସହ ସର୍ବଭାରତୀୟ ସ୍ତରରେ ୨୩୫୬ ରାଙ୍କ ଅଧିକାର କରିଛନ୍ତି। ସେ ମଧ୍ୟ ଶାଳପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟରୁ ଯୁକ୍ତ ଦୁଇ ପାସ୍ କରିବା ପରେ ଯାଜପୁରର ସେହି ଘରୋଇ ଅନୁଷ୍ଠାନରୁ ନିଟ୍ ପାଇଁ ପ୍ରଶିକ୍ଷଣ ନେଇଥିଲେ। ଅନ୍ୟପଟେ ଗୋପ ଡିଗିସାହିର ପୀତୋବାସ ସାହୁଙ୍କ ପୁଅ ଆଶୁତୋଷ ୫୯୦ ନମ୍ବର ରଖି ୧୩୬୨୫ ରାଙ୍କ ହାସଲ କରିଛନ୍ତି। ପୂର୍ବରୁ ଜଣେ ମେଧାବୀ ଛାତ୍ର ଭାବେ ବିଭିନ୍ନ ଅନୁଷ୍ଠାନରୁ ସେ କୃତିତ୍ୱ ଅର୍ଜନ କରିଥିବା ବେଳେ ଘରୋଇ ଅନୁଷ୍ଠାନରୁ ପ୍ରଶିକ୍ଷଣ ନେଇ ନିଟ୍‌ରେ ସଫଳ ହୋଇଛନ୍ତି।

ଏହି ସଫଳତାର ଶ୍ରେୟ ଛାତ୍ରମାନେ ସେମାନଙ୍କର ମାତାପିତା ଓ ଗୁରୁଜନମାନଙ୍କୁ ଦେଇଛନ୍ତି। ଏହି କୃତିତ୍ୱ ପାଇଁ ହାଟଡିହୀ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ ପର୍ଶୁରାମ ପେଡା, ପୂର୍ବତନ ସରପଞ୍ଚ ବସନ୍ତ ପଢ଼ିଆରୀ, ବରିଷ୍ଠ ନାଗରିକ ରଘୁନାଥ ପରିଡା, ପବିତ୍ର ମୋହନ ପେଡା, ସୁନୀଲ ନାୟକଙ୍କ ସମେତ ବିଜେଡି, ବିଜେପି ଓ କଂଗ୍ରେସର ଅନେକ ନେତା ଓ କର୍ମୀ ଛାତ୍ରମାନଙ୍କ ବାସଭବନରେ ପହଞ୍ଚି ପଞ୍ଚାୟତବାସୀଙ୍କ ପକ୍ଷରୁ ସେମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍‌ପି-ବିଧାୟକଙ୍କ ଉଦ୍ୟମକୁ ନେଇ…

ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ…

ଘରୋଇ କଳହରୁ କରୁଣ ପରିଣତି: ସ୍ତ୍ରୀଙ୍କୁ ପ୍ରେଟୋଲ ଢାଳି ଜାଳିଦେଲେ ସ୍ବାମୀ

ପୁରୀ,୩।୯(ଅଜିତ କୁମାର ମହାନ୍ତି): ପୁରୀ ଜିଲା କୁମ୍ଭାରପଡା ଥାନା ଅଞ୍ଚଳରେ ପାରିବାରିକ କହଳକୁ ନେଇ ଏକ କରୁଣ ତଥା ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ସ୍ବାମୀସ୍ତ୍ରୀଙ୍କ ପବିତ୍ର…

ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ:ସବୁକିଛି ଛାର୍‌ଖାର୍‌

କଟକ,୩।୯(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଥିବା ଏକ ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଜଗତପୁର ଶିଳ୍ପାଞ୍ଚଳ ମଧ୍ୟରେ ଥିବା ପ୍ରଗତି କ୍ଷୀର କମ୍ପାନୀରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ…

ଖଇରୀଙ୍କ ମୁଣ୍ଡ ଉପରେ ୫ ନାତୁଣୀନାତିଙ୍କ ଭାର: ଦୁଇ ମୁଠା ଖାଦ୍ୟ ପାଇଁ କରୁଛନ୍ତି ସଂଘର୍ଷ

ଜମନକିରା,୩।୯(ରବିନ୍ଦ୍ର ପ୍ରସାଦ ଦାନୀ): ସମୟ ବଦଳିଲେ ମଣିଷର ଭାଗ୍ୟ ବି ବଦଳିଯାଏ। କିନ୍ତୁ କିଛି ଲୋକଙ୍କ ଜୀବନରେ ଏଭଳି ପରିସ୍ଥିତି ଆସେ, ଯେଉଁଠି ଦୁଃଖ କେବେ ସରେ…

ନିଶାସେବନ ଯୁବସମାଜର ଭବିଷ୍ୟତକୁ କରିଦିଏ ନଷ୍ଟ: ନିଶାମୁକ୍ତ ସମାଜ ଆହ୍ବାନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୩।୯(ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆଠାରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚବିଦ୍ୟାଳୟ ପରିସରରେ କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ,…

ଓଟିଇଟି ପରୀକ୍ଷାଫଳ ପ୍ରକାଶ: ପାସ୍‌ ହାର ରହିଛି…

କଟକ,୩ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କ କୃତକାର୍ଯ୍ୟ ହାର ୬୪.୪୮%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri