ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି ଭୂଷଣ ପୁହାଣଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ଲକର ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗଦେଇ ଶିକ୍ଷକସୁଲଭ ସମସ୍ୟା ଓ ସଂଘୀୟ ମଜବୁତି ଉପରେ ବ୍ୟାପକ ଆଲୋଚନା କରିଥିଲେ।

ସୁଚାରୁ ରୂପେ କାର୍ଯ୍ୟ ପରିଚାଳନା ପାଇଁ ହାଟଡିହୀ ବ୍ଲକ ପୁରସ୍କୃତ ହୋଇଥିବା ସତ୍ତ୍ୱେ, ଏସଆଇଆର କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ରାଜୀବ ଦଳେଇଙ୍କ ନିଲମ୍ବନକୁ ନେଇ ବୈଠକରେ ଆଶ୍ଚର୍ଯ୍ୟ ପ୍ରକାଶ ପାଇଥିଲା। ଏହାପରେ ଶିକ୍ଷକମାନଙ୍କର ବିଭିନ୍ନ ବିଭାଗୀୟ ସମସ୍ୟା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ବିଶେଷ କରି ଲେବୁଲ-ଭି (ଏ) ରୁ ଲେବୁଲ-ଭି (ବି) ଏବଂ ଲେବୁଲ-ଭି (ବି) ରୁ ଲେବୁଲ-ଆଇଭି କୁ ପଦୋନ୍ନତି ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ଲେବୁଲ-୩କୁ ପଦୋନ୍ନତି ପାଇଥିବା ଶିକ୍ଷକଙ୍କ ସର୍ଭିସ ବୁକ ଓ ପେ-ଫିଟମେଣ୍ଟ କାର୍ଯ୍ୟ ସାରି ଚଳିତ ସେପ୍ଟେମ୍ବର ମାସରେ ଦରମା ପ୍ରଦାନ କରିବାକୁ ଦାବି ହୋଇଥିଲା। ଏହାସହ ଅବସରପ୍ରାପ୍ତ ଓ ନୂତନ ଭାବେ ବଦଳି ହୋଇ ଆସିଥିବା ଶିକ୍ଷକମାନଙ୍କୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦେବାକୁ ନିଷ୍ପତ୍ତି ନିଆଯାଇଛି।

ସର୍ବଶେଷରେ ସଂଘକୁ ଆହୁରି ସୁଦୃଢ଼ କରିବା ପାଇଁ ବୈଠକରେ ସର୍ବସମ୍ମତି କ୍ରମେ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ଏଥିରେ ବରିଷ୍ଠ ଶିକ୍ଷକ ଶଶି ଭୂଷଣ ପୁହାଣଙ୍କୁ ଆବାହକ ଏବଂ ଅନିରୁଦ୍ଧ ବିଶ୍ୱାଳ, ନଳିନୀ କାନ୍ତ ମହାନ୍ତି, କେଶବ ଚନ୍ଦ୍ର ପାତ୍ର ଓ ପଦ୍ମାବତୀ ଯେନାଙ୍କୁ ସହ-ଆବାହକ ଭାବେ ମନୋନୀତ କରାଯାଇଛି। ଏହା ସହିତ ସଂଘ ସହ ସବୁଦିନ ପାଇଁ ଯୋଡ଼ି ରଖିବା ଉଦ୍ଦେଶ୍ୟରେ ଅବସରଗ୍ରହଣ କରିଥିବା ଦୁଇ ବରିଷ୍ଠ ଶିକ୍ଷକ ରାଜ କିଶୋର ସ୍ୱାଇଁ ଏବଂ ପ୍ରଫୁଲ୍ଲ ମଣ୍ଡଳଙ୍କୁ ସଂଘର ଉପଦେଷ୍ଟା ଭାବେ ଚୟନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?