Posted inଜାତୀୟ

ଘୃଣା ମନ୍ତବ୍ୟ ହତ୍ୟା ସଦୃଶ

ନୂଆଦିଲ୍ଲୀ,୨୨ା୯: ଘୃଣା ମନ୍ତବ୍ୟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ବୁଧବାର ଟିଭି ଉପସ୍ଥାପକଙ୍କ ଭୂମିକାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ଚ୍ୟାନେଲଗୁଡ଼ିକ ଉପରେ ବର୍ଷିଛନ୍ତି। ଏଥିସହ ସରକାର କାହିଁକି ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି।

ମୁଖ୍ୟସ୍ରୋତର ଗଣମାଧ୍ୟମ କିମ୍ବା ସୋସିଆଲ ମିଡିଆରେ ଘୃଣା ମନ୍ତବ୍ୟ ଉପରେ ଲଗାମ ଲଗାଯାଇପାରୁ ନାହିଁ। ଟିଭି ଚ୍ୟାନେଲ ଉପସ୍ଥାପକଙ୍କ କର୍ତ୍ତବ୍ୟ ହେଉଛି ଖବର ଉପସ୍ଥାପନ ଓ ବିତର୍କ ବେଳେ ଯେପରି ଏପରି ମନ୍ତବ୍ୟ ନ ଆସେ ତାହା ସୁନିଶ୍ଚିତ କରିବା। ପ୍ରେସ୍‌ ସ୍ବାଧୀନତା ଗୁରୁତ୍ୱପୂର୍ଣ୍ଣ। ଆମେରିକା ଭଳି ଭାରତରେ ଗଣମାଧ୍ୟମର ସ୍ବାଧୀନତା ନାହିଁ। କିନ୍ତୁ ସୀମା କେଉଁଠି ଅଙ୍କାଯିବ ତାହା ଆମେ ଜାଣିରଖିବା ଉଚିତ ବୋଲି ଜଷ୍ଟିସ୍‌ କେ.ଏମ୍‌. ଜୋସେଫ୍‌ ଗତବର୍ଷ ଦାଖଲ ହୋଇଥିବା କେତେକ ଆବେଦନର ଶୁଣାଣି କରି କହିଛନ୍ତି।

ଘୃଣା ମନ୍ତବ୍ୟ ଦେବା ହେଉଛି ଜଣକୁ ହତ୍ୟା କରିବା ସଦୃଶ। ଏହି ପ୍ରସଙ୍ଗରେ କେନ୍ଦ୍ର ସରକାର ବିପରୀତ ଆଭିମୁଖ୍ୟ ଗ୍ରହଣ ନ କରି କୋର୍ଟଙ୍କୁ ସହଯୋଗ କରିବା ଉଚିତ ବୋଲି ଜଷ୍ଟିସ୍‌ ଜୋସେଫ୍‌ଙ୍କ ଖଣ୍ଡପୀଠ କହିଛନ୍ତି। ଏହି ପ୍ରସଙ୍ଗରେ ଆସନ୍ତା ନଭେମ୍ବର ୨୩ରେ ପରବର୍ତ୍ତୀ ଶୁଣାଣି କରାଯିବ। ଏହା ଭିତରେ ଘୃଣା ମନ୍ତବ୍ୟ ଉପରେ ରୋକ୍‌ ଲଗାଇବା ପାଇଁ ଲ’ କମିଶନଙ୍କ ସୁପାରିସକୁ କେନ୍ଦ୍ର ସରକାର କିପରି କାର୍ଯ୍ୟକାରୀ କରୁଛନ୍ତି ସେନେଇ ନିଜ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ବୋଲି ଖଣ୍ଡପୀଠ କହିଛନ୍ତି।

ପ୍ରକାଶ ଯେ, ଦେଶରେ ହେଟ୍‌ ସ୍ପିଚ୍‌ ମାମଲା ବଢ଼ିଚାଲିଥିବାବେଳେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ୨୦୧୭ରେ ଲ’ କମିଶନ କେତେକ ନିର୍ଦ୍ଦିଷ୍ଟ ଆଇନ ଆଣିବା ପାଇଁ ରିପୋର୍ଟ ଦାଖଲ କରିଥିଲେ। ଘୃଣା ମନ୍ତବ୍ୟକୁ ବର୍ତ୍ତମାନ ସୁଦ୍ଧା ଭାରତର କୌଣସି ଆଇନରେ ପରିଭାଷିତ କରାଯାଇ ନାହିଁ। ତେବେ କେତେକ ନିର୍ଦ୍ଦିଷ୍ଟ ଆଇନ ପ୍ରଣୟନ କରାଗଲେ ଏହା ଉପରେ ଅଙ୍କୁଶ ଲଗାଯାଇପାରିବ ବୋଲି ଲ’ କମିଶନ ନିଜ ରିପୋର୍ଟରେ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri