Posted inଜାତୀୟ

କାନାଡ଼ାରେ ବଢ଼ୁଛି ଘୃଣା ଅପରାଧ

ନୂଆଦିଲ୍ଲୀ,୨୪ା୯: କାନାଡ଼ାରେ ଘୃଣିତ ଅପରାଧ, ସାମ୍ପ୍ରଦାୟିକ ହିଂସା ଏବଂ ଭାରତ ବିରୋଧୀ କାର୍ଯ୍ୟକଳାପ ଦ୍ରୁତ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ଥିବା ଭାରତୀୟ ଏବଂ ପାଠ ପଢ଼ିବାକୁ ଯାଇଥିବା ଛାତ୍ରୀଛାତ୍ର ସତର୍କ ରହିବା ଲାଗି ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର ପରାମର୍ଶ ଦିଆଯାଇଛି। ଉପରୋକ୍ତ ଅପରାଧ ସମ୍ପର୍କରେ ଭାରତ କାନାଡ଼ା ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଏହାର ଉପଯୁକ୍ତ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରାଯାଇଛି। ହିଂସା ପଛରେ ଥିବା ଅପରାଧୀମାନଙ୍କୁ ଏପର୍ଯ୍ୟନ୍ତ ଆଇନର କାଠଗଡ଼ା ମଧ୍ୟକୁ ଅଣାଯାଇ ନ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି।
ଶିଖ୍‌ମାନଙ୍କ ଲାଗି ସ୍ବତନ୍ତ୍ର ରାଜ୍ୟ ଦାବି କରୁଥିବା ଖଲିସ୍ତାନୀ ସପକ୍ଷବାଦୀମାନଙ୍କର ତଥାକଥିତ ଗଣଭୋଟକୁ ନେଇ କୂଟନୈତିକ ବିବାଦ ଲାଗିରହିଥିବାବେଳେ ଭାରତ ଏଭଳି ଆଡଭାଇଜରି ଜାରି କରିଛି। ଉକ୍ତ ଗଣଭୋଟ ଉଗ୍ରପନ୍ଥୀ ଓ କଠୋରପନ୍ଥୀ ତତ୍ତ୍ୱମାନଙ୍କର ଏକ ଫାର୍ସ ବୋଲି ଗୁରୁବାର ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ ବାଗ୍‌ଚୀ କହିଥିଲେ। ଏକ ବନ୍ଧୁ ରାଷ୍ଟ୍ରରେ ଏଭଳି ଗଣଭୋଟକୁ ଅନୁମତି ଦିଆଯିବା ଅତ୍ୟନ୍ତ ଆପତ୍ତିଜନକ ବୋଲି ସେ ମତ ଦେଇଥିଲେ। କାନାଡ଼ାରେ ଏବେ ୧୬ ଲକ୍ଷ ଭାରତୀୟ ବଂଶୋଦ୍ଭବ ଏବଂ ପ୍ରବାସୀ ଭାରତୀୟ ରହିଛନ୍ତି। ଚଳିତ ବର୍ଷ ସେଠାରେ ଥିବା ଦୁଇଟି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ହୋଇଥିଲା। ଗତ ୧୫ ତାରିଖରେ ଭାରତ ବିରୋଧୀ ବ୍ୟକ୍ତିମାନେ ଏକ ମନ୍ଦିରକୁ ବିକୃତ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri