ବିଧାନସଭାରେ ହାଥ୍‌ରସ ଝଡ଼

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଉତ୍ତରପ୍ରଦେଶ ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ବିଧାନସଭା ହୁଲସ୍ଥୂଲ। ଶନିବାର କଂଗ୍ରେସ ସଭ୍ୟମାନେ ଏହି ପ୍ରସଙ୍ଗକୁ ନେଇ ଗୃହରେ ପ୍ରବଳ ହୋ ହଲ୍ଲା କରିଛନ୍ତି । ଏଥିସହ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାଡ଼ ମରାଯିବା ଓ ପ୍ରିୟଙ୍କାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନକୁ ବିରୋଧ କରି କଂଗ୍ରେସ ସଭ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ଏହାର ପ୍ରତିବାଦ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ନାରାବାଜି ଦେଇଥିଲେ। କଂଗ୍ରେସ ସଭ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ଫଳରେ ପ୍ରଥମ ପର୍ଯ୍ୟାୟ ଗୃହ କାର୍ଯ୍ୟ ବରବାଦ ହୋଇଥିଲା।
ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ହାଥ୍‌ରସ ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ରାହୁଲ ଗାନ୍ଧୀଙ୍କୁ ପୋଲିସ ମାଡ଼ ମାରିବା ଓ ଠେଲିଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ପ୍ରଧାନମନ୍ତ୍ରୀ ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଗଣତନ୍ତ୍ର ହତ୍ୟାକାରୀ ବୋଲି ସେ କହିଥିଲେ। ଏହି ସମୟରେ କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ ଏବଂ ଅନ୍ୟ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ଯୋଗୀଙ୍କ ଇସ୍ତଫା ଦାବି କରିବା ସହ ଯୋଗୀ, ମୋଦି ହାଏ ହାଏ… ନାରା ଦେଇଥିଲେ। ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ ଜିନ୍ଦାବାଦ କହି ଗୃହରେ ହଟ୍ଟଗୋଳ କରିଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ୧୦ଟା ୪୦ରୁ ୧୦ଟା ୫୫ ମିିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ୧୫ ମିନିଟ ପରେ ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି କଂଗ୍ରେସ ସଭ୍ୟମାନେ ପୁଣି ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ।
ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଥିଲେ, ଉତ୍ତରପ୍ରଦେଶ ଘଟଣା ଓଡ଼ିଶା ବିଧାନସଭାରେ ଉଠାଇ ଗୃହର ସମୟ ବରବାଦ କରାଯାଉଛି। ଏହା ପାର୍ଲାମେଣ୍ଟରେ ଆଲୋଚନା ହେବା ପ୍ରସଙ୍ଗ । ବାରମ୍ବାର ଗଣ୍ଡଗୋଳ କରି ଗୃହ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଆଦୌ ଠିକ୍‌ ନୁହେଁ ବୋଲି ସେ କହିଥିଲେ। ତେବେ ବିରୋଧୀ ନିଜ ଜିଦ୍‌ରେ ଅଡିବସି ହୋ ହଲ୍ଲା ଜାରି ରଖିଥିଲେ। ବାଚସ୍ପତି ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ ମଧ୍ୟ କଂଗ୍ରେସ ସଭ୍ୟଙ୍କ ଉପରେ କୌଣସି ପ୍ରଭାବ ପଡି ନ ଥିଲା। ବାଚସ୍ପତି ବାଧ୍ୟ ହୋଇ ୧୧ଟା ୧୦ ମିନିଟରେ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରି ସର୍ବଦଳୀୟ ବୈଠକ ଡାକିଥିଲେ। ବିଧାନସଭା ବାହାରେ ଗଣମାଧ୍ୟମକୁ ବିଜେଡି ସଭ୍ୟ ଅମର ପ୍ରସାଦ ଶତପଥୀ କହିଥିଲେ, ଆଲୋଚନା ନ କରି କେବଳ ହଟ୍ଟଗୋଳ କରି ଯଦି ବିଧାନସଭାକୁ ମୁଲତବୀ କରାଯିବ ତା’ହେଲେ କୋଭିଡ୍‌ କଟକଣା ଭିତରେ ବିଧାନସଭା ଚାଲିବାର କିଛି ମାନେ ନାହିଁ । ବିରୋଧୀ ଦଳ ନେତା ବିଧାନସଭା ବାହାରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଉତ୍ତର ପ୍ରଦେଶରେ ଏଭଳି ଘଟଣା ବାରମ୍ବାର ଘଟୁଛି। ଆଗରୁ ଜଣାପଡ଼ୁ ନ ଥିବା ବେଳେ ଏବେ ଏହି ଘଟଣା ଲୋକଲୋଚନକୁ ଆସିଛି। ଯେଉଁମାନେ ଏଭଳି କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବା ଉଚିତ ବୋଲି ସେ କହିଛନ୍ତି। ବିଧାନସଭା ବାହାରେ ପ୍ରତିକ୍ରିୟା ରଖି ବିଜେଡି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ହାଥ୍‌ରସର ଦଳିତ ମହିଳାଙ୍କୁ ତୁରନ୍ତ ନ୍ୟାୟ ଦେବାକୁ ବିଜେଡି ଦାବିକରୁଛି। ୟୁପି ପୋଲିସ ଓ ପ୍ରଶାସନ ଯୋଗୀ ସରକାରଙ୍କ ହାତବାରିସି ସାଜିଛି। ବଳାତ୍କାର ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ସମ୍ପୃକ୍ତ ଜିଲାପାଳ ବାରମ୍ବାର ମତ ବଦଳାଉଛନ୍ତି। ନ୍ୟାୟ ନ ମିଳିଲେ ଓଡ଼ିଶାର ମହିଳାମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri