ବିଧାନସଭାରେ ହାଥ୍‌ରସ ଝଡ଼

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଉତ୍ତରପ୍ରଦେଶ ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ବିଧାନସଭା ହୁଲସ୍ଥୂଲ। ଶନିବାର କଂଗ୍ରେସ ସଭ୍ୟମାନେ ଏହି ପ୍ରସଙ୍ଗକୁ ନେଇ ଗୃହରେ ପ୍ରବଳ ହୋ ହଲ୍ଲା କରିଛନ୍ତି । ଏଥିସହ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାଡ଼ ମରାଯିବା ଓ ପ୍ରିୟଙ୍କାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନକୁ ବିରୋଧ କରି କଂଗ୍ରେସ ସଭ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ଏହାର ପ୍ରତିବାଦ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ନାରାବାଜି ଦେଇଥିଲେ। କଂଗ୍ରେସ ସଭ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ଫଳରେ ପ୍ରଥମ ପର୍ଯ୍ୟାୟ ଗୃହ କାର୍ଯ୍ୟ ବରବାଦ ହୋଇଥିଲା।
ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ହାଥ୍‌ରସ ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ରାହୁଲ ଗାନ୍ଧୀଙ୍କୁ ପୋଲିସ ମାଡ଼ ମାରିବା ଓ ଠେଲିଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ପ୍ରଧାନମନ୍ତ୍ରୀ ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଗଣତନ୍ତ୍ର ହତ୍ୟାକାରୀ ବୋଲି ସେ କହିଥିଲେ। ଏହି ସମୟରେ କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ ଏବଂ ଅନ୍ୟ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ଯୋଗୀଙ୍କ ଇସ୍ତଫା ଦାବି କରିବା ସହ ଯୋଗୀ, ମୋଦି ହାଏ ହାଏ… ନାରା ଦେଇଥିଲେ। ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ ଜିନ୍ଦାବାଦ କହି ଗୃହରେ ହଟ୍ଟଗୋଳ କରିଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ୧୦ଟା ୪୦ରୁ ୧୦ଟା ୫୫ ମିିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ୧୫ ମିନିଟ ପରେ ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି କଂଗ୍ରେସ ସଭ୍ୟମାନେ ପୁଣି ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ।
ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଥିଲେ, ଉତ୍ତରପ୍ରଦେଶ ଘଟଣା ଓଡ଼ିଶା ବିଧାନସଭାରେ ଉଠାଇ ଗୃହର ସମୟ ବରବାଦ କରାଯାଉଛି। ଏହା ପାର୍ଲାମେଣ୍ଟରେ ଆଲୋଚନା ହେବା ପ୍ରସଙ୍ଗ । ବାରମ୍ବାର ଗଣ୍ଡଗୋଳ କରି ଗୃହ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଆଦୌ ଠିକ୍‌ ନୁହେଁ ବୋଲି ସେ କହିଥିଲେ। ତେବେ ବିରୋଧୀ ନିଜ ଜିଦ୍‌ରେ ଅଡିବସି ହୋ ହଲ୍ଲା ଜାରି ରଖିଥିଲେ। ବାଚସ୍ପତି ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ ମଧ୍ୟ କଂଗ୍ରେସ ସଭ୍ୟଙ୍କ ଉପରେ କୌଣସି ପ୍ରଭାବ ପଡି ନ ଥିଲା। ବାଚସ୍ପତି ବାଧ୍ୟ ହୋଇ ୧୧ଟା ୧୦ ମିନିଟରେ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରି ସର୍ବଦଳୀୟ ବୈଠକ ଡାକିଥିଲେ। ବିଧାନସଭା ବାହାରେ ଗଣମାଧ୍ୟମକୁ ବିଜେଡି ସଭ୍ୟ ଅମର ପ୍ରସାଦ ଶତପଥୀ କହିଥିଲେ, ଆଲୋଚନା ନ କରି କେବଳ ହଟ୍ଟଗୋଳ କରି ଯଦି ବିଧାନସଭାକୁ ମୁଲତବୀ କରାଯିବ ତା’ହେଲେ କୋଭିଡ୍‌ କଟକଣା ଭିତରେ ବିଧାନସଭା ଚାଲିବାର କିଛି ମାନେ ନାହିଁ । ବିରୋଧୀ ଦଳ ନେତା ବିଧାନସଭା ବାହାରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଉତ୍ତର ପ୍ରଦେଶରେ ଏଭଳି ଘଟଣା ବାରମ୍ବାର ଘଟୁଛି। ଆଗରୁ ଜଣାପଡ଼ୁ ନ ଥିବା ବେଳେ ଏବେ ଏହି ଘଟଣା ଲୋକଲୋଚନକୁ ଆସିଛି। ଯେଉଁମାନେ ଏଭଳି କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବା ଉଚିତ ବୋଲି ସେ କହିଛନ୍ତି। ବିଧାନସଭା ବାହାରେ ପ୍ରତିକ୍ରିୟା ରଖି ବିଜେଡି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ହାଥ୍‌ରସର ଦଳିତ ମହିଳାଙ୍କୁ ତୁରନ୍ତ ନ୍ୟାୟ ଦେବାକୁ ବିଜେଡି ଦାବିକରୁଛି। ୟୁପି ପୋଲିସ ଓ ପ୍ରଶାସନ ଯୋଗୀ ସରକାରଙ୍କ ହାତବାରିସି ସାଜିଛି। ବଳାତ୍କାର ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ସମ୍ପୃକ୍ତ ଜିଲାପାଳ ବାରମ୍ବାର ମତ ବଦଳାଉଛନ୍ତି। ନ୍ୟାୟ ନ ମିଳିଲେ ଓଡ଼ିଶାର ମହିଳାମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri