Posted inଜାତୀୟ

ହାଥରସ ଗଣବଳାତ୍କାର ମାମଲା: ଜନ୍ତରମନ୍ତରଠାରେ ଶତାଧିକ ଲୋକଙ୍କ ବିକ୍ଷୋଭ ପ୍ରଦର୍ଶନ, ସାମିଲ ହେଲେ ବହୁ ରାଜନେତା

ନୂଆଦିଲ୍ଲୀ,୨।୧୦-ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣବଳାତ୍କାର ଘଟଣାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ହେଉଛି। ଏହି କ୍ରମରେ ଶୁକ୍ରବାର ଦିଲ୍ଲୀର ଜନ୍ତରମନ୍ତରଠାରେ ଶତାଧିକ ଲୋକ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ସିପିଏମ ସାଧାରଣ ସମ୍ପାଦକ ସୀତାରମଣ ୟେଚୁରୀ, ସିପିଆଇ ନେତା ଡି ରାଜା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସମେତ ବହୁ ରାଜନେତା ସାମିଲ ହୋଇଥିଲେ। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି, ହାଥରସରେ ଘଟିଥିବା ଘଟଣାରେ ରାଜନୀତି ହେବା ଉଚିତ ନୁହେଁ। ଅପରାଧୀଙ୍କୁ ଖୁବଶୀଘ୍ର ଫାଶୀ ଦିଆଯିବା ଉଚିତ। ଦେଶର କୌଣସି ସ୍ଥାନରେ ଏପରି ବଳାତ୍କାର ଘଟଣା ଉଚିତ ନୁହେଁ ବୋଲି କେଜ୍ରିୱାଲ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆମ ଆଦମୀ ପାର୍ଟି (ଏଏପି) ନେତା ସୌରଭ ଭରଦ୍ୱାଜ, ଜିଗ୍ନେଶ ମେଭାନୀ ଏବଂ ଅଭିନେତ୍ରୀ ସୌରା ଭାସ୍କର ପ୍ରମୁଖ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?