Posted inଜାତୀୟ

ହାଥରସ୍‌ ଗଣବଳାତ୍କାର: ଚାର୍ଜସିଟ୍‌ ଦାଖଲ କଲା ସିବିଆଇ

ଲକ୍ଷ୍ନୌ, ୧୮।୧୨- ଉତ୍ତରପ୍ରଦେଶର ହାଥରସ ଜିଲାରେ ଘଟିଥିବା ଗଣବଳାତ୍କାର ଘଟଣା ଲୋକଲୋଚନକୁ ଆସିବାର ପ୍ରାୟ ୩ ମାସ ପରେ ଶୁକ୍ରବାର ୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କରିଛି ସିବିଆଇ। ଅଭିଯକ୍ତଙ୍କ ବିରୋଧରେ ଗଣବଳାତ୍କାର ଓ ହତ୍ୟା ସହ ଏସ୍‌ସି/ଏସ୍‌ଟି ଆକ୍ଟ ଧାରା ଅନୁସାରେ ଦଫା ମଧ୍ୟ ଲଗାଯାଇଛି।

ଉଲ୍ଲେଖଥାଉ କି, ଗତ ସେପ୍ଟେମ୍ବର ୧୪ ତାରିଖରେ ଜଣେ ୧୯ ବର୍ଷୀୟା ଦଳିତ ଯୁବତିଙ୍କୁ ୪ ଜଣ ଉଚ୍ଚ ଯାତିର ଯୁବକ ଗଣ ମଳତ୍କାର କରିଥିବା ଅଭିଯୋଗ ଆସିଥିଲା। ସେହି ମାସ ୨୯ ତାରିଖରେ ଦିଲ୍ଲୀର ସଫଦରଜଙ୍ଗ ମେଡିକାଲରେ ଚିକିତ୍ସା ବେଳେ ପ୍ରାଣ ହରାଇଥିଲେ ପୀଡ଼ିତା। ଏହାପରେ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କ ବିନା ମଞ୍ଜୁରୀରେ ହାଥରସ ପୋଲିସ ରାତି ଅଧରେ ତରବରିଆ ଭାବେ ଶବର ଅନ୍ତିମ ସଂସ୍କାର କରିଥିଲା। ଏହି ଖବର ପ୍ରଚାରିତ ହେବା ପରେ ପୂରା ଦେଶରେ ଅସନ୍ତୋଷ ପ୍ରକାଶ ପାଇଥିଲା। ୟୁପି ପୋଲିସ ବ୍ୟତୀତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଟିଏଫ୍‌) ମଧ୍ୟ ତଦନ୍ତ କରିଥିଲା। ଏହାପରେ ତଦନ୍ତ ଦାୟିତ୍ୱ ନେଇଥିଲା ସିବିଆଇ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri