Posted inଜାତୀୟ

ହାଥରସ ମାମଲା: ଅଭିଯୁକ୍ତ ପରିବାର ସଦସ୍ୟଙ୍କୁ ଭେଟିଲେ ନିର୍ଭୟା ମାମଲାର ଓକିଲ ଏପି ସିଂ

ହାଥରସ,୧୦ ।୧୦: ଉତ୍ତର ପ୍ରଦେଶ ହାଥରସ ଜିଲା ଚମ୍ପଦା କୋତବାଲି ଅଞ୍ଚରେ ହୋଇଥିବା ଗଣ ବଳାତ୍କାର ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମନାକୁ ଆସୁଛି । ପୋଲିସ ପୀଡ଼ିତାଙ୍କ ଘରେ ସିସିଟିଭି ଲାଗାଇଥିଲା । ପୀଡ଼ିତାଙ୍କ ଘରେ ସିସିଟିଭି ଓ ମେଟାଲ ଡିଟେକ୍କ୍‌ର ଲଗାଇବା ପରେ କେତେଜଣ ସମ୍ପର୍କୀୟ ଆପଣାଛାଏଁ ସେଠାରୁ ଚାଲିଯାଇଥିଲେ । ଏମାନଙ୍କ ମଧ୍ୟରେ ପୀଡ଼ିତାଙ୍କ ଜଣେ ଭାଉଜ ଥିବା କୁହାଯାଉଛି । ଏହାକୁ ନେଇ ଏବେ ପ୍ରଶ୍ନ ଉଠୁଛି । କୁହାଯାଉଛି କି କୌଣସି ସଙ୍ଗଠନ ପୀଡ଼ିତାଙ୍କ ପରିବାରକୁ ଭ୍ରମରେ ପକାଇବାକୁ ଏପରି କରିଥାଇ ପାରନ୍ତି । ତେବେ ଏହାକୁ ନେଇ ପୋଲିସ ଓ ଏସ୍‌ଆଇଟି ଯାଞ୍ଚ ଆରମ୍ଭ କରିଦେଇଛି । ଇତିମଧ୍ୟରେ ବହୁ ଚର୍ଚ୍ଚିତ ନିର୍ଭୟା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ହାଥରସ ପହଞ୍ଚି ଅଭିଯୁକ୍ତଙ୍କ ପରିଜନଙ୍କ ସହ ସାକ୍ଷାତ୍ କରିଥିବା ଜଣାପଡିଛି । କେବଳ ନିର୍ଭୟା ମାମଲା ନୁହେଁ, ରାମ ରହିମ, ହନିପ୍ରିତ ମାମଲା, ରାଜସ୍ଥାନର ଆନନ୍ଦପାଲ ମାମଲା ଲଢିଛନ୍ତି ଏପି ସିଂ । ହେଲେ ନିର୍ଭୟା ମାମଲାରେ ସେ ଚର୍ଚ୍ଚାକୁ ଆସି ଯାଇଥିଲେ । ତେବେ ଏଥର ହାଥରସ ମାମଲାରେ ଲଢିବାକୁ ଆଗ୍ରହ ପ୍ରକାଶ କରିଥିବା ସିଂ କହିଛନ୍ତି ବିନା ଦୋଷରେ ହାଥରସ ଅଭିଯୁକ୍ତଙ୍କୁ ଫସାଇବାକୁ ଚେଷ୍ଟା କରାଯାଉଛି । ସେ କହିଛନ୍ତି ମିଳିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ ପୀଡ଼ିତାଙ୍କୁ ବଳାତ୍କାର କରାଯାଇ ନାହିଁ । ଆହୁରି ମଧ୍ୟ ନାର୍କୋ ଟେଷ୍ଟ ପରେ ସବୁ ସତ୍ୟ ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri