Posted inଜାତୀୟ

ହାଥରସ୍‌ ଘଟଣା: ସାମ୍ପ୍ରଦାୟିକ ଦଙ୍ଗା ପାଇଁ ରାତା ରାତି ତିଆରି କରାଯାଇଥିଲା ଓ୍ବେବସାଇଟ୍‌

ନୂଆଦିଲ୍ଲୀ, ୫।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ଗୋଇନ୍ଦା ବିଭାଗ ବଡ଼ ଷଡ଼ଯନ୍ତ୍ର ସମ୍ପର୍କରେ ଗୁପ୍ତ ତଥ୍ୟ ହାସଲ କରିଛି। ଉତ୍ତରପ୍ରଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଲାଗି ରାତା ରାତି ଓ୍ବେବସାଇଟ୍‌ ତିଆରି କରାଯାଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ହାଥରସ୍‌ ଘଟଣାକୁ ନେଇ ଏଭଳି ଷଡ଼ଯନ୍ତ୍ର କରାଯାଇଥିବା କୁହାଯାଉଛି। ଏମ୍‌ନେଷ୍ଟି ଇଣ୍ଟରନ୍ୟାଶନାଲ୍‌ ନାମକ ଏକ ସଂଗଠନ ପକ୍ଷରୁ ଏହି ଓ୍ବେବସାଇଟ୍‌ ବିକଶିତ କରାଯାଇଛି। ଏହା ମାଧ୍ୟମରେ ଇସଲାମିକ୍‌ ଦେଶଗୁଡ଼ିକରୁ ପାଣ୍ଠି ମଧ୍ୟ ସଂଗ୍ରହ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ସରକାରକୁ ବଦନାମ କରାଇବା ଲାଗି ଜଷ୍ଟିସ୍‌ ଫର୍‌ ହାଥରସ୍‌ ନାମକ ଓ୍ବେବସାଇଟ୍‌ ତିଆରି କରାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି। ନକଲି ଆଇଡିରେ ଲୋକଙ୍କୁ ଏହି ଓ୍ବେବସାଇଟ୍‌ରେ ଯୋଡ଼ା ଯାଇଥିଲା। ଦଙ୍ଗା ପରେ କିଭଳି ଖସି ହେବ ସେ ନେଇ ମଧ୍ୟ ଆବଶ୍ୟକ ସୂଚନା ଏହି ଓ୍ବେବସାଇଟ୍‌ରେ ଥିବା ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି। ଆମେରିକା ହୋଇଥିବା ଦଙ୍ଗା ଭଳି ଉତ୍ତରପ୍ରଦେଶରେ ମଧ୍ୟ ଦଙ୍ଗା କରାଯିବାର ଷଡ଼ଯନ୍ତ୍ର କରାଯାଇଥିବା ଗୋଇନ୍ଦା ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri