Posted inଜାତୀୟ

ହାଥରସ ମାମଲା: ଗଣମାଧ୍ୟମକୁ ମିଳିଲା ପୀଡ଼ିତାଙ୍କ ପରିବାର ସହ ଭେଟିବାକୁ ଅନୁମତି

ହାଥରସ,୩ ।୧୦: ଉତ୍ତର ପ୍ରଦେଶ ହାଥରସରେ ହୋଇଥିବା ବଳାତ୍କାର ମାମଲାକୁ ନେଇ ଏବେ ସାରା ଦେଶରେ ଚାପା ଗୁଞ୍ଜରଣ ସୃଷ୍ଟି ହୋଇଛି । ଏହାକୁ ନେଇ ରାଜନୀତି ବି ଆରମ୍ଭ ହୋଇ ଗଲାଣି । ମିଳିଥିବା ସୂଚନାରୁ ଜଣାପଡିଛି କି ମୁଖ୍ୟ ସଚିବ (ଗୃହ) ଓ ଡିଜିପି ପୀଡ଼ିତାଙ୍କ ପରିବାର ସହ ଭେଟିବାକୁ ଯାଇପାରନ୍ତି । ଏବେ ମାମଲାକୁ ନେଇ ହାଇକୋର୍ଟର ଡବଲ ବେଞ୍ଜ ଅକ୍ଟୋବର ୧୨ ସୁଦ୍ଧା ସ୍ପଷ୍ଟିକରଣ ମାଗିଛନ୍ତି । କୋର୍ଟ ମୁଖ୍ୟ ସଚିବ (ଗୃହ), ଡିଜିପି, ଏଡିଜି, ଡିଏମ୍ ଓ ଏସ୍‌ପିଙ୍କ ନିକଟରୁ ସ୍ପଷ୍ଟିକରଣ ଲୋଡିଛନ୍ତି । ତେବେ ମୁଖ୍ୟ ସଚିବ (ଗୃହ) ଓ ଡିଜିପି ହାଥରସରେ ହେଲିକ୍ୟାପ୍ଟରରେ ପହଞ୍ଚିବେ ବୋଲି ସୂଚନା ରହିଛି । ଏଥିପାଇଁ ହେଲିପ୍ୟାଡ ବି ପ୍ରସ୍ତୁତ ହୋଇଛି । ତେବେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ହାଥରସ ଗସ୍ତ କରିପାରନ୍ତି ବୋଲି ଅନୁମାନ କରି ଉତ୍ତର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁଙ୍କୁ ହାଉସ ଆରେଷ୍ଟ କରାଯାଇଛି । ଏବେ ମିଳିଥିବା ତାଜା ଖବର ଅନୁଯାୟୀ, ଗଣମାଧ୍ୟମଙ୍କୁ ପୀଡ଼ିତା ପରିବାର ସହ ଭେଟିବାକୁ ଅନୁମତି ପ୍ରଦାନ କରାଯାଇଛି । ଅନ୍ୟପଟେ ପୀଡ଼ିତାଙ୍କ ପରିବାର ନାର୍କୋ ଟେଷ୍ଟ କରିବାକୁ ମନା କରି ଦେଇଦେବା ସହ ଡିଏମ୍‌ଙ୍କ ଉପରେ ଅଭିଯୋଗ ଆଣିଛନ୍ତି । ସେମାନେ କହିଛନ୍ତି ଆମର ପୋଲିସ ଉପରେ ଭରସା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri