Posted inଜାତୀୟ

ହାଥରସରେ ମର୍ମନ୍ତୁଦ ଦୁର୍ଘଟଣା: ୫ ମୃତ

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶର ହାଥରସରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶୁକ୍ରବାର ରାତିରେ ପୋଲିସ ଷ୍ଟେଶନ ସାହପାଓ ଅଞ୍ଚଳରେ ଟ୍ରାକ୍ଟର ଟ୍ରଲି ଏବଂ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଏଥିରେ ୧୨ରୁ ଅଧିକ ଲୋକ ଆହତ ହୋଇଥିଲେ।

ସୂଚନାଯୋଗ୍ୟ, ସାଦାବାଦ-ଜଳେସର ରାସ୍ତାରେ ସାହାପାଓ ଅଞ୍ଚଳର ନଳଗା ବ୍ରାହ୍ମଣ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଟ୍ରାକ୍ଟର-ଟ୍ରଲି ଡମ୍ଫର ସହିତ ମୁହାଁମୁହିଁ ଧକ୍କା ହେବା ପରେ ଅନିୟନ୍ତ୍ରିତ ହରାଇ ଓଲଟି ପଡିଥିଲା। କ୍ୟାଣ୍ଟର ଡ୍ରାଇଭର ସେଠାରୁ ପଳାଇ ଯାଇଥିଲେ। ଏହି ଦୁର୍ଘଟଣାରେ ପ୍ରାୟ ୧୨ଜଣରୁ ଅଧିକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri