ପର୍ଯ୍ୟଟକଙ୍କୁ ହାତିଆ ପାହାଡ଼ ମନା

ଖୋର୍ଦ୍ଧା ଅଫିସ,୨୯।୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଥିଲା। ଯୁବପିଢିଙ୍କ ଲାଗି ସେଲ୍ଫି ପଏଣ୍ଟ ପାଲଟିଥିଲା। ଏନେଇ ସେପ୍ଟେମ୍ବର ୧୮ରେ ‘ଧରିତ୍ରୀ’ରେ ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ହାତିଆ ପାହଡ଼କୁ ନ ଆସିବା ଲାଗି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଥିବା ନେଇ ଏକ ଭିଡିଓ ଭାଇରାଲ ହୋଇଛି। ପ୍ରଶାସନର କଟକଣା ସମ୍ପର୍କରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଏହାକୁ ଖଣ୍ଡନ କରିଛନ୍ତି। ପ୍ରଶାସନ ପକ୍ଷରୁ ସେପରି କୌଣସି କଟକଣା ଜାରି କରାଯାଇନାହିଁ। ଏହି ଭିଡିଓର ତର୍ଜମା କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ହାତିଆ ପାହାଡ଼ରେ ସଦର ଥାନା ପକ୍ଷରୁ ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ପାହାଡ ଉପରକୁ ନ ଯିବା ଲାଗି ପର୍ଯ୍ୟଟକଙ୍କୁ ବାରଣ କରିବା ସହ ଏହାର ପ୍ରବେଶ ପଥରୁ ପର୍ଯ୍ୟଟକଙ୍କୁ ଫେରାଇ ଦେଉଥିବା ଜଣାପଡିଛି। ସୋମବାର ଦୁଇ ପ୍ରବେଶ ପଥରେ ପୋଲିସର ବାରଣ ଯୋଗୁ ପର୍ଯ୍ୟଟକ ଫେରି ଯାଇଛନ୍ତି। ଓରବସିଂର ପ୍ରଦୀପ ସାହୁ କହିଛନ୍ତି, ହାତିଆ ପାହାଡର ପ୍ରାକୃତିକ ପରିବେଶ ସମ୍ପର୍କରେ ଜାଣିବା ପରେ ଏହାର ପରିବେଶକୁ ଉପଭୋଗ ଲାଗି ଏଠାକୁ ଆସିଥିଲୁ। ତେବେ ପୋଲିସ ଯିବାକୁ ବାରଣ କରିଥିଲା। ଏଠାରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଥିବା କହି ଫେରାଇ ଦେଇଥିଲେ ବୋଲି ସେ କହିଛନ୍ତି। ସୂଚନାଥାଉ କି, ଏହାକୁ ହାତିଆ ପାହାଡ଼ରେ ତେବେ ଖଣି ମାଫିଆଙ୍କ ପଥର ବ୍ଲାଷ୍ଟିଂ ଯୋଗୁ ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ ପର୍ଯ୍ୟଟକଙ୍କୁ ଆକର୍ଷଣ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri