ହାତୀବନ୍ଧ ପାର୍କ କାମ ଆରମ୍ଭ

ଭଞ୍ଜନଗର,୧୬।୫(ଡି.ଏନ.ଏ.): ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଉଦ୍ୟମ କ୍ରମେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ଶାଖା ପଛପଟେ ଥିବା ହାତୀବନ୍ଧ ପାର୍କ କାମ ଗତ କିଛି ଦିନ ହେଲା ଆରମ୍ଭ ହୋଇଛି। ଏବେ ଉକ୍ତ ପୋଖରୀରୁ ପାଣି ନିଷ୍କାସନ କରାଯାଇ ସଫେଇ ଚାଲିଛି। ପୋଖରୀ ପୁନରୁଦ୍ଧାର ସହ ଅନ୍ୟାନ୍ୟ କାମ ହେବ। ରବିବାର ମନ୍ତ୍ରୀ ଆରୁଖ ପାର୍କ କାମ ବୁଲି ଦେଖିଛନ୍ତି। ପାର୍କରେ ଲୋକେ ଚାଲିବା ପାଇଁ ରାସ୍ତା, ବ୍ୟାୟମ କେନ୍ଦ୍ର, ମ୍ୟୁଜିକ୍‌ ଫାଉଣ୍ଟେନ, ବୋଟିଂ ଆଦି ସୁବିଧା କରାଯିବ। ମନ୍ତ୍ରୀଙ୍କ ଗସ୍ତ ସମୟରେ ଭଞ୍ଜନଗର ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ କୁମାର ସାହୁଙ୍କ ସମେତ ଜଳସମ୍ପଦ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ହାତୀବନ୍ଧ ପୋଖରୀରେ ବ୍ରିଟିଶ ଶାସକ ମାନଙ୍କ ସେବାରେ ଥିବା ହାତୀମାନଙ୍କୁ ଗାଧୁଆ ଯାଉଥିଲା। ତେଣୁ ଉକ୍ତ ପୋଖରୀ ପରବର୍ତ୍ତୀ ପର୍ଯ୍ୟାୟରେ ହାତୀବନ୍ଧ ଭାବେ ପରିଚିତ ହୋଇଥିଲା। ସହରର ମୁଖ୍ୟସ୍ଥଳରେ ପୋଖରୀଟି ଥିଲେ ମଧ୍ୟ ତାହାର ପୁନରୁଦ୍ଧାର କରାଯାଇ ନ ଥିଲା। ଅନ୍ୟପକ୍ଷରେ ପୋଖରୀ ଅଞ୍ଚଳର କେତେକ ସ୍ଥାନ ଜବରଦଖଲରେ ରହିଛି। ଜବରଦଖଲକାରୀଙ୍କୁ ଉଚ୍ଛେଦ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri