Posted inଜାତୀୟ

ଘୃଣା, ବିଭାଜନ ବାପାଙ୍କ ଜୀବନ ନେଇଛି

ନୂଆଦିଲ୍ଲୀ,୮ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ତାମିଲନାଡୁର ଶ୍ରୀପେରୁମ୍ବୁଦୁରରେ ‘ଭାରତ ଯୋଡ଼ୋ ଯାତ୍ରା’ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ ତାଙ୍କ ସ୍ବର୍ଗତ ପିତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ସ୍ମୃତିପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଯାତ୍ରା ଆରମ୍ଭରେ ରାହୁଲ କହିଛନ୍ତି, ଘୃଣା ଓ ବିଭାଜନ ଯୋଗୁ ସେ ତାଙ୍କ ବାପାଙ୍କୁ ହରାଇଛନ୍ତି। ଏବେ ଦେଶକୁ ହରାଇବାକୁ ଚାହଁୁ ନାହାନ୍ତି।
୧୯୯୧ ମେ’ ୨୧ରେ ଶ୍ରୀପେରୁମ୍ବୁଦୁରରେ ନିର୍ବାଚନୀ ପ୍ରଚାର ବେଳେ ରାଜୀବ ଗାନ୍ଧୀ ଏକ ଆମତ୍ଘାତୀ ବିସ୍ଫୋରଣରେ ପ୍ରାଣ ହରାଇଥିଲେ।

ଓ୍ବାୟନାଡ୍‌ ଏମ୍‌ପି ରାହୁଲ ଗାନ୍ଧୀ ଦଳର ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ କରିବା ଅବସରରେ ନିଜ ବାପାଙ୍କୁ ମନେପକାଇଛନ୍ତି। ସେ କହିଛନ୍ତି, ଘୃଣା ଉପରେ ଭଲ ପାଇବାର ବିଜୟ ହେବ। ଆମେ ସମସ୍ତେ ମିଶି ଘୃଣା ଓ ବିଭାଜନକୁ ପ୍ରତିହତ କରିବା। ଦକ୍ଷିଣାଞ୍ଚଳର ଉପକୂଳ ଜିଲା କନ୍ୟାକୁମାରୀରେ ଥିରୁଭଲ୍ଲୁଭର ଓ ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଦର୍ଶନ କରିବା ପରେ ସେ ଏହି ଯାତ୍ରା ଆରମ୍ଭ କରିଛନ୍ତି।

୧୫୦ ଦିନ ବ୍ୟାପୀ ଚାଲିବାକୁ ଥିବା ଭାରତ ଯୋଡ଼ୋ ଯାତ୍ରା ୧୨ ରାଜ୍ୟର ୩,୫୦୦ କି.ମି. ଦେଇ ଗତି କରିବ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ରାହୁଲଙ୍କୁ ଖଦିରେ ନିର୍ମିତ ଏକ ଜାତୀୟ ପତାକା ଉପହାର ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏହାକୁ ଏକ ଐତିହାସିକ ଅଭିଯାନ ବୋଲି ଅଭିହିତ କରିଛନ୍ତି। କନ୍ୟାକୁମାରୀରେ ରାହୁଲ ମା’ ସୋନିଆଙ୍କ ବାର୍ତ୍ତା ପଢ଼ି ଶୁଣାଇଥିଲେ। କନ୍ୟାକୁମାରୀରୁ କଶ୍ମୀର ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଯାତ୍ରାରେ ସୋନିଆ ସ୍ବାସ୍ଥ୍ୟଗତ କାରଣରୁ ବ୍ୟକ୍ତିଗତ ଭାବେ ଯୋଗଦେଇ ପାରୁ ନ ଥିବାରୁ ଦୁଃଖିତ। ତେବେ ସେ ବିଚାରଗତ ଓ ଆବେଗିକ ଭାବେ ଏଥିରେ ସାମିଲ ହେବେ। ଏହି ପଦଯାତ୍ରା ଭାରତୀୟ ରାଜନୀତି ପାଇଁ ଏକ ବଡ଼ ପରିବର୍ତ୍ତନ ପାଲଟିବ। ଅନ୍ୟପକ୍ଷେ କଂଗ୍ରେସର ଏହି ଅଭିଯାନକୁ ନେଇ ଏକ ପୋଷ୍ଟର ଉପରେ ବିବାଦ ସୃଷ୍ଟି ହୋଇଛି। ଏଥିରେ ସୋନିଆଙ୍କ ଜ୍ୱାଇଁ ରବର୍ଟ ଭଦ୍ରାଙ୍କ ଫଟୋ ସ୍ଥାନିତ ହୋଇଥିବାରୁ ଭାଜପା ଏହାକୁ ‘ପରିବାର ବଞ୍ଚାଅ ଅଭିଯାନ’ ବୋଲି ସମାଲୋଚନା କରିଛି। ଭାଜପା ନେତା ଶେହଓ୍ବାଜ୍‌ ପୁନାଓ୍ବାଲା କହିଛନ୍ତି, କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବ୍ୟବସାୟୀ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ମେଗା ରାଲି ପୋଷ୍ଟରରେ ସ୍ଥାନ ଦେବାର ତାତ୍ପର୍ଯ୍ୟ ହେଉଛି ପରିବାରକୁ ଯୋଡ଼ିବା। ଏହା ଭାରତକୁ ଯୋଡ଼ିବା ପାଇଁ ଉଦ୍ଦିଷ୍ଟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri