Posted inଜାତୀୟ

ଘୃଣା, ବିଭାଜନ ବାପାଙ୍କ ଜୀବନ ନେଇଛି

ନୂଆଦିଲ୍ଲୀ,୮ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ତାମିଲନାଡୁର ଶ୍ରୀପେରୁମ୍ବୁଦୁରରେ ‘ଭାରତ ଯୋଡ଼ୋ ଯାତ୍ରା’ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ ତାଙ୍କ ସ୍ବର୍ଗତ ପିତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ସ୍ମୃତିପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଯାତ୍ରା ଆରମ୍ଭରେ ରାହୁଲ କହିଛନ୍ତି, ଘୃଣା ଓ ବିଭାଜନ ଯୋଗୁ ସେ ତାଙ୍କ ବାପାଙ୍କୁ ହରାଇଛନ୍ତି। ଏବେ ଦେଶକୁ ହରାଇବାକୁ ଚାହଁୁ ନାହାନ୍ତି।
୧୯୯୧ ମେ’ ୨୧ରେ ଶ୍ରୀପେରୁମ୍ବୁଦୁରରେ ନିର୍ବାଚନୀ ପ୍ରଚାର ବେଳେ ରାଜୀବ ଗାନ୍ଧୀ ଏକ ଆମତ୍ଘାତୀ ବିସ୍ଫୋରଣରେ ପ୍ରାଣ ହରାଇଥିଲେ।

ଓ୍ବାୟନାଡ୍‌ ଏମ୍‌ପି ରାହୁଲ ଗାନ୍ଧୀ ଦଳର ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ କରିବା ଅବସରରେ ନିଜ ବାପାଙ୍କୁ ମନେପକାଇଛନ୍ତି। ସେ କହିଛନ୍ତି, ଘୃଣା ଉପରେ ଭଲ ପାଇବାର ବିଜୟ ହେବ। ଆମେ ସମସ୍ତେ ମିଶି ଘୃଣା ଓ ବିଭାଜନକୁ ପ୍ରତିହତ କରିବା। ଦକ୍ଷିଣାଞ୍ଚଳର ଉପକୂଳ ଜିଲା କନ୍ୟାକୁମାରୀରେ ଥିରୁଭଲ୍ଲୁଭର ଓ ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଦର୍ଶନ କରିବା ପରେ ସେ ଏହି ଯାତ୍ରା ଆରମ୍ଭ କରିଛନ୍ତି।

୧୫୦ ଦିନ ବ୍ୟାପୀ ଚାଲିବାକୁ ଥିବା ଭାରତ ଯୋଡ଼ୋ ଯାତ୍ରା ୧୨ ରାଜ୍ୟର ୩,୫୦୦ କି.ମି. ଦେଇ ଗତି କରିବ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ରାହୁଲଙ୍କୁ ଖଦିରେ ନିର୍ମିତ ଏକ ଜାତୀୟ ପତାକା ଉପହାର ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏହାକୁ ଏକ ଐତିହାସିକ ଅଭିଯାନ ବୋଲି ଅଭିହିତ କରିଛନ୍ତି। କନ୍ୟାକୁମାରୀରେ ରାହୁଲ ମା’ ସୋନିଆଙ୍କ ବାର୍ତ୍ତା ପଢ଼ି ଶୁଣାଇଥିଲେ। କନ୍ୟାକୁମାରୀରୁ କଶ୍ମୀର ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଯାତ୍ରାରେ ସୋନିଆ ସ୍ବାସ୍ଥ୍ୟଗତ କାରଣରୁ ବ୍ୟକ୍ତିଗତ ଭାବେ ଯୋଗଦେଇ ପାରୁ ନ ଥିବାରୁ ଦୁଃଖିତ। ତେବେ ସେ ବିଚାରଗତ ଓ ଆବେଗିକ ଭାବେ ଏଥିରେ ସାମିଲ ହେବେ। ଏହି ପଦଯାତ୍ରା ଭାରତୀୟ ରାଜନୀତି ପାଇଁ ଏକ ବଡ଼ ପରିବର୍ତ୍ତନ ପାଲଟିବ। ଅନ୍ୟପକ୍ଷେ କଂଗ୍ରେସର ଏହି ଅଭିଯାନକୁ ନେଇ ଏକ ପୋଷ୍ଟର ଉପରେ ବିବାଦ ସୃଷ୍ଟି ହୋଇଛି। ଏଥିରେ ସୋନିଆଙ୍କ ଜ୍ୱାଇଁ ରବର୍ଟ ଭଦ୍ରାଙ୍କ ଫଟୋ ସ୍ଥାନିତ ହୋଇଥିବାରୁ ଭାଜପା ଏହାକୁ ‘ପରିବାର ବଞ୍ଚାଅ ଅଭିଯାନ’ ବୋଲି ସମାଲୋଚନା କରିଛି। ଭାଜପା ନେତା ଶେହଓ୍ବାଜ୍‌ ପୁନାଓ୍ବାଲା କହିଛନ୍ତି, କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବ୍ୟବସାୟୀ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ମେଗା ରାଲି ପୋଷ୍ଟରରେ ସ୍ଥାନ ଦେବାର ତାତ୍ପର୍ଯ୍ୟ ହେଉଛି ପରିବାରକୁ ଯୋଡ଼ିବା। ଏହା ଭାରତକୁ ଯୋଡ଼ିବା ପାଇଁ ଉଦ୍ଦିଷ୍ଟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri