ରେଗିଢ଼ି ଛକରେ ଠିକାଦାରଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୩।୯: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଚଣ୍ଡିପଦର ଛକ ନିକଟ ରେଗିଢ଼ି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଠିକାଦାରଙ୍କୁ ହତ୍ୟା କରାଯାଇଛି। ୪/୫ ଜଣ ଦୁର୍ବୃତ୍ତ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଞ୍ଚଳରେ ଏହାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୃତକ ଜଣଙ୍କ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବଡ଼ଖରିଡାର ରାମସା ଗ୍ରାମର ପୂର୍ଣ୍ଣଚନ୍ଦ୍ର ଦାସ (୪୨)। ପୋଲିସ ଏସଂକ୍ରାନ୍ତରେ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା କହିଛି। ପୋଲିସ ମୃତ ଠିକାଦାରଙ୍କ ମୋବାଇଲ ଓ ବାଇକ ଜବତ କରିଛି।
ଘଟଣାରୁ ପ୍ରକାଶ ଯେ, ପୂର୍ଣ୍ଣଚନ୍ଦ୍ର ଦାସ କୌଣସି କାମରେ ମଙ୍ଗଳବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାଇକ୍‌ରେ ଆସୁଥିବା ବେଳେ ରେଗିଢ଼ି ଛକ ପୂର୍ବରୁ ଏକ ନିଛାଟିଆ ସ୍ଥାନରେ ତାଙ୍କୁ ଦୁର୍ବୃତ୍ତମାନେ ସଙ୍ଘବଦ୍ଧ ଭାବେ ଖଣ୍ଡା ଓ ବିଭିନ୍ନ ପ୍ରକାର ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଖଣ୍ଡାରେ ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡ ଦୁଇଫାଳ କରିଦେବା ସହ ବେକ ଓ ଦୁଇ ଗୋଡ଼ ହାଣି ଦେଇଛନ୍ତି। ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲ ପଠାଇଥିଲେ। ଖବରପାଇ ପୋଲିସ ମଧ୍ୟ ମେଡିକାଲରେ ପହଞ୍ଚିଥିଲା। ସେଠାରେ ଡାକ୍ତର ପୂର୍ଣ୍ଣଚନ୍ଦ୍ରଙ୍କୁ ମୃତ ଘୋଷଣା କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୃତ୍ତମାନେ ତାଙ୍କୁ ପିଛା କରିବା ସହ ଯୋଜନାବଦ୍ଧ ଭାବେ ପୂର୍ଣ୍ଣଚନ୍ଦ୍ରଙ୍କୁ ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଧେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?