ହାଭାନା ହୋଟେଲରେ ବିସ୍ଫୋରଣ: ୧୮ ମୃତ

ହାଭାନା,୭ ।୫: କ୍ୱିବାର ରାଜଧାନୀ ହାଭାନାର ଏକ ହୋଟେଲରେ ଶୁକ୍ରବାର ରାତିରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ମୃତକଙ୍କ ସଂଖ୍ୟା ୧୮ରେ ପହଞ୍ଚିଥିବା ସୂଚନା ରହିଛି । କ୍ୟୁବାର ରାଷ୍ଟ୍ରପତି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସୂଚନା ଦେଇ କହିଛନ୍ତି ହାଭାନାର ସାରାଟୋଗା ହୋଟେଲରେ ହୋଇଥିବା ବିସ୍ଫୋରଣରେ ଜଣେ ଗର୍ଭବତୀ ମହିଳା ଓ ଶିଶୁ ସମେତ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଏପର୍ଯ୍ୟନ୍ତ କେତେଜଣଙ୍କ ଖବର ମିଳୁ ନ ଥିବା ବେଳେ କେତେଜଣ ଗୁରୁତର ଆହତ ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।
ସୂଚନାଯୋଗ୍ୟ, ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ଏହି ଲକଜରୀ ହୋଟେଲର ଗୋଟିଏ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଅନ୍ୟ ଭାଗ ବି କ୍ଷତିଗ୍ରସ୍ତ ହୋଇଛି । ତେବେ ଘଟଣା ପରେ କ୍ୟୁବାର ଅଧିକାରୀଙ୍କ ସୂଚନା ଅନୁଯାୟୀ ୯ ଜଣଙ୍କ ମୃତ୍ୟୁ ହୋଇଥିଲା । ହେଲେ ଏବେ ଏହି ସଂଖ୍ୟା ୧୮ରେ ପହଞ୍ଚିଛି । ଅନ୍ୟପଟେ ୪୦ ଜଣ ଆହତଙ୍କ ଚିକିତ୍ସା ଚାଲିଥିବା ପ୍ରଶାସନ କହିଛି । ଘଟଣାର ଯାଞ୍ଚ ଚାଲିଥିବା ବେଳେ ଏହା ଗ୍ୟାସ ଲିକ୍ ଯୋଗୁ ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?