Posted inଜାତୀୟ

‘ଭାଜପାଠୁ ଶକ୍ତିଶାଳୀ ଶତ୍ରୁକୁ ହରାଇଛୁ’

ତିରୁନେଲଭେଲି,୨୮।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରାଟ କାୟ ଶତ୍ରୁ ସହ ତୁଳନା କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆଉ ପ୍ରେମ ଓ ଅହିଂସା ମାର୍ଗରେ ପ୍ରଧାନମନ୍ତ୍ରୀଙ୍କୁ ହରାଇବୁ ବୋଲି ତାମିଲନାଡୁର ତିରୁନେଲଭେଲିସ୍ଥିତ ସେଣ୍ଟ ଜାଭିୟର କଲେଜରେ ଆୟୋଜିତ ଏଜୁକେଟର୍ସ ମିଟ୍‌ ଇଭେଣ୍ଟ ଅବସରରେ ରାହୁଲ କହିଛନ୍ତି। ଆଗାମୀ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ରାହୁଲ ଏହି ଗସ୍ତ କରିଛନ୍ତି।

” ଆମେ ଏକ ବିରାଟ ଶତ୍ରୁ ସହ ଲଢ଼େଇ କରୁଛୁ। ଆମ ଶତ୍ରୁ ଅର୍ଥ ବଳରେ ଦେଶରେ ରାଜ କରୁଛି ଓ ବିରୋଧୀଙ୍କୁ ଭାଗ ଭାଗ କରି ଦେଉଛି। ଆମେ ଏଭଳି ଶତ୍ରୁ ସହ ପୂର୍ବରୁ ଲଢ଼ିଛୁ। ଏହି ନୂଆ ଶତ୍ରୁ ଠାରୁ ଆମେ ଖୁବ୍‌ ବଡ଼ ଓ ଶକ୍ତିଶାଳୀ ବ୍ରିଟିଶ ସାମ୍ରାଜ୍ୟକୁ ହରାଇଛୁ। ବ୍ରିଟିଶ ସାମ୍ରାଜ୍ୟ ତୁଳନାରେ ମୋଦି ସରକାର କିଛି ନୁହେଁ। ଏହି ଦେଶର ଲୋକେ ଦେଶରୁ ତଡ଼ି ଦେଇଥିଲେ ବ୍ରିଟିଶ ସାମ୍ରାଜ୍ୟକୁ। ସେହିଭଳି ଆମେ ମୋଦିଙ୍କୁ ନାଗପୁର ପଠାଇ ଦେବୁ। ସୂଚନା ଯୋଗ୍ୟ, ନାଗପୁରଠାରେ ରାଷ୍ଟ୍ରିୟ ସ୍ବଂୟ ସେବକ ସଂଘ (ଆରଏସ୍‌ଏସ୍‌)ର କାର୍ଯ୍ୟାଳୟ ଅଛି। ଆଗାମୀ ନିର୍ବାଚନ ଲାଗି ଭାଜପା ସରକାରୀ ଦଳ ଏଆଇଏଡିଏମ୍‌କେ ସହ ହାତ ମିଳାଇଛି। ସେହିଭଳି ଡିଏମ୍‌କେ ସହ ମିଶି ନିର୍ବାଚନ ବୈତରଣୀ ପାର ହେବାକୁ ଲକ୍ଷ୍ୟ ରଖିଛି କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri