ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ ପ୍ରାୟ ୨ କିମି ହେବ ଗୋଟିଏ ନଳକୂପ ରହିଛି। ସେଥିରୁ ଭଲ ପାଣି ବାହାରୁ ଥିବାରୁ ଗ୍ରାମର ମହିଳାମାନେ ପାନୀୟ ଜଳ ପାଇଁ ପାଣି ଆଣିବାକୁ ଯାଇଥାଆନ୍ତି। ବସ୍ତି ଭିତରେ ୩ଟି ନଳକୂପରୁ ପାଣି ବାହାରୁଛି। କିନ୍ତୁ ଲୋକଙ୍କ ସଂଖ୍ୟା ଦୃଷ୍ଟିରୁ ୩ଟି ନଳକୂପ ଯଥେଷ୍ଟ ନୁହେଁ। ମଖାପଳା ଗ୍ରାମରେ ୧ ହଜାରରୁ ଊଦ୍ଧର୍‌ବ ଲୋକ ଅଛନ୍ତି। ଗାଁରେ ରହିଛି ବସୁଧା ଯୋଜନାର ଓଭର ହେଡ୍‌ ଟ୍ୟାଙ୍କ। ହେଲେ ଯାନ୍ତ୍ରିକ ତ୍ରୁଟି ଓ ବିଦ୍ୟୁତ୍‌ ବାରମ୍ବାର ବିଭ୍ରାଟ ଯୋଗୁ ପାଣି ସମସ୍ୟାର ରହିଛି। ବର୍ତ୍ତମାନ ୧୦ ଦିନରୁ ଊଦ୍ଧର୍‌ବ ହେଲା ପାଣି ଯୋଗାଣ ବନ୍ଦ ହେବାରୁ ଲୋକେ ହାହାକାର ହୋଇ ଉଠିଛନ୍ତି। ନଳକୂପ ଏତେ ଦୂର ଯେ କିଏ ସାଇକେଲ ତ କିଏ ବାଇକ୍‌ରେ ଯାଇ ପାଣି ଆଣୁଛି। ଗାଧୋଇବା ପାଇଁ ଗାଁରୁ ୪ କିମି ଦୂରରେ ଥିବା ନାଳକୁ ଯାଇ ଦୈନନ୍ଦିନ ଗାଧୋଇ ଆସୁଛନ୍ତି। ଗ୍ରାମରେ ଥିବା ଓଭର ହେଡ୍‌ ଟ୍ୟାଙ୍କରୁ ବର୍ଷାଦିନେ ଗୋଳିଆ ପାଣି ଆସିଥାଏ। ଏଣୁ ସେମାନେ ବାଧ୍ୟ ହୋଇ ଏହି ନଳକୂପ ଉପରେ ନିର୍ଭର କରୁଛନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ସମସ୍ୟାକୁ ନେଇ ଗ୍ରାମବାସୀ, ବିଭାଗୀୟ ଅଧିକାରୀ, କେସିଙ୍ଗା ବିଡିଓଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଆର୍‌ଡବ୍ଲ୍ୟୁ ଏସ୍‌ଏସ୍‌ର ସହକାରୀ ଯନ୍ତ୍ରୀ ଧର୍ମେନ୍ଦ୍ର ସେଠୀଙ୍କୁ ପଚାରିବାରୁ ଆଜି ଓଭର ହେଡ୍‌ରେ ବିଦ୍ୟୁତ ସଂଯୋଗ ଦିଆଯିବ ଏବଂ ପାନୀୟଜଳ ସମସ୍ୟା ଦୂର ହେବ। ଏହି ଅଞ୍ଚଳରେ ପାଣି ବାହାରୁନାହିଁ, ଗାଁ ଭିତରେ ୩ଟି ନଳକୂପ ମଧ୍ୟ ଅଛି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri