ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ପଡ଼ିଛନ୍ତି କି ବାଦ୍‌: ଜାଣନ୍ତୁ ପୁଣି କିପରି ହେବେ ସାମିଲ୍‌

ଭୁବନେଶ୍ୱର,୧୮।୧: ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ ମାଧ୍ୟମରେ ଚିହ୍ନଟ କରିବାକୁ ରାଜ୍ୟ ସରକାର ଶନିବାର ସମସ୍ତ ଜିଲାପାଳ ଓ ଜିଲାପରିଷଦ କାର୍ଯ୍ୟନିବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲାପାଳମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଆରମ୍ଭ ପାଇଁ ପରାମର୍ଶ ଦିଆଯାଇଛି । ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସ୍‌ଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସ୍‌ଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।

ଏହି ସର୍ଭେ ସମ୍ପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବାକୁ ମଧ୍ୟ ବିଭାଗ ପରାମର୍ଶ ଦେଇଛି । ବ୍ଲକ ଓ ଜିଲାସ୍ତରରେ ଉପଲବ୍ଧ ଥିବା ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ପ୍ରଶାସନିକ ପାଣ୍ଠିରୁ ଖର୍ଚ୍ଚ ତୁଲାଇବାକୁ କୁହାଯାଇଛି । ସବୁ ପଞ୍ଚାୟତରେ ମାଇକ ଯୋଗେ ଘୋଷଣା କରାଯିବ। ରେକର୍ଡିଂ ହୋଇଥିବା ତଥ୍ୟ ରାଜ୍ୟ ସରକାର ଯୋଗାଇ ଦେବେ ଯାହାକୁ ମାଇକ ଯୋଗେ ପ୍ରଚାର କରାଯିବ । ସେହିପରି ବ୍ଲକ ଓ ପଞ୍ଚାୟତ ମୁଖ୍ୟାଳୟରେ ବଡ଼ ବଡ଼ ବ୍ୟାନର ଓ ହୋର୍ଡିଂ ଲଗାଯିବ। ଯେଉଁଠି ଯୋଗାଯୋଗର ସୁବିଧା ନାହିଁ ସେଠାରେ ସ୍ଥାନୀୟ ସାଂସ୍କୃତିକ ଦଳ ଦ୍ୱାରା ଷ୍ଟ୍ରିଟ୍‌ ପ୍ଲେ କରାଯିବ । ଏହି ସର୍ଭେ ସମ୍ପର୍କରେ ମଧ୍ୟ ସୋସିଆଲ ମିଡିଆରେ ବ୍ୟାପକ ପ୍ରଚାର କରିବାକୁ ମଧ୍ୟ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri