ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ପଡ଼ିଛନ୍ତି କି ବାଦ୍‌: ଜାଣନ୍ତୁ ପୁଣି କିପରି ହେବେ ସାମିଲ୍‌

ଭୁବନେଶ୍ୱର,୧୮।୧: ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ ମାଧ୍ୟମରେ ଚିହ୍ନଟ କରିବାକୁ ରାଜ୍ୟ ସରକାର ଶନିବାର ସମସ୍ତ ଜିଲାପାଳ ଓ ଜିଲାପରିଷଦ କାର୍ଯ୍ୟନିବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲାପାଳମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଆରମ୍ଭ ପାଇଁ ପରାମର୍ଶ ଦିଆଯାଇଛି । ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସ୍‌ଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସ୍‌ଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।

ଏହି ସର୍ଭେ ସମ୍ପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବାକୁ ମଧ୍ୟ ବିଭାଗ ପରାମର୍ଶ ଦେଇଛି । ବ୍ଲକ ଓ ଜିଲାସ୍ତରରେ ଉପଲବ୍ଧ ଥିବା ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ପ୍ରଶାସନିକ ପାଣ୍ଠିରୁ ଖର୍ଚ୍ଚ ତୁଲାଇବାକୁ କୁହାଯାଇଛି । ସବୁ ପଞ୍ଚାୟତରେ ମାଇକ ଯୋଗେ ଘୋଷଣା କରାଯିବ। ରେକର୍ଡିଂ ହୋଇଥିବା ତଥ୍ୟ ରାଜ୍ୟ ସରକାର ଯୋଗାଇ ଦେବେ ଯାହାକୁ ମାଇକ ଯୋଗେ ପ୍ରଚାର କରାଯିବ । ସେହିପରି ବ୍ଲକ ଓ ପଞ୍ଚାୟତ ମୁଖ୍ୟାଳୟରେ ବଡ଼ ବଡ଼ ବ୍ୟାନର ଓ ହୋର୍ଡିଂ ଲଗାଯିବ। ଯେଉଁଠି ଯୋଗାଯୋଗର ସୁବିଧା ନାହିଁ ସେଠାରେ ସ୍ଥାନୀୟ ସାଂସ୍କୃତିକ ଦଳ ଦ୍ୱାରା ଷ୍ଟ୍ରିଟ୍‌ ପ୍ଲେ କରାଯିବ । ଏହି ସର୍ଭେ ସମ୍ପର୍କରେ ମଧ୍ୟ ସୋସିଆଲ ମିଡିଆରେ ବ୍ୟାପକ ପ୍ରଚାର କରିବାକୁ ମଧ୍ୟ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri