ହାଓ୍ବାଇ ଜଙ୍ଗଲରେ ଭୟଙ୍କର ଅଗ୍ନୀକାଣ୍ଡ! ଜୀବନ ବଞ୍ଚାଇବାକୁ ସମୁଦ୍ରକୁ ଡେଇଁଲେ ଲୋକେ

ହଓ୍ବାଇ ଦ୍ୱିପ,୧୦।୮: ହାଓ୍ବାଇ ଦ୍ୱିପରେ ଲାଗିଥିବା ଜଙ୍ଗଲ ନିଆଁରେ ଏବେ ପର୍ଯ୍ୟନ୍ତ ୩୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହାୱାଇ ଦ୍ୱୀପରେ ଜଙ୍ଗଲୀ ନିଆଁ ଲାଗିବା ସହ ଲାହିନା ସହର ସମ୍ପୂର୍ଣ୍ଣ ରୂପେ ପୋଡି ପାଉଁଶ ହୋଇଯାଇଛି। ମାଉଇ କାଉଣ୍ଟି ସରକାର ଏକ ବୟାନରେ କହିଛନ୍ତି ଯେ ଅଗ୍ନିଶମ ସେବା ନିଆଁ ଲିଭାଇବାରେ ଲାଗିଛି, କିନ୍ତୁ ଏହି ଅଗ୍ନିକାଣ୍ଡରେ ସମୁଦାୟ ୩୬ଜଣଙ୍କର ମତ୍ୟୁୁ ଘଟିଛି।
ହାୱାଇର ଜରୁରୀକାଳୀନ ପରିଚାଳନା ଏଜେନ୍ସି ଏକ ବୟାନରେ କହିଛି ଯେ ମଙ୍ଗଳବାର ଆରମ୍ଭ ହୋଇଥିବା ଏହି ଅଗ୍ନିକାଣ୍ଡରେ ଘର, ବ୍ୟବସାୟ, ସର୍ଭିସ ତଥା ମାଉଇ ଦ୍ୱୀପରେ ରହୁଥିବା ୩୫,୦୦୦ ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟ ଏଜେନ୍ସି କହିଛି ଯେ ଏହି ଅଗ୍ନିକାଣ୍ଡରେ ୨,୦୦୦ ଏକରରୁ ଅଧିକ (୮୦୦ହେକ୍ଟର) ଜଳିଯାଇଛି। ଜଙ୍ଗଲରେ ଯେଉଁ ନିଆଁ ଲାଗିଛି ତାହା ଏବେବି ନିୟନ୍ତ୍ରଣରେ ନାହିଁ।
ପ୍ରବଳ ପବନ ଏବଂ ଶୁଷ୍କ ଅବସ୍ଥା ହାୱାଇର ଅନେକ ଅଂଶକୁ ଲାଲ ଜୋନ ଭିତରକୁ ଠେଲି ଦେଇଛି, କିନ୍ତୁ ବର୍ତ୍ତମାନ କିଛି ଆଶ୍ୱସ୍ତି ମିଳିଛି। ଏହା ବ୍ୟତୀତ ବିଗ ଆଇଲ୍ୟାଣ୍ଡ ଏବଂ ମାଉଇରେ ଭୟଙ୍କର ନିଆଁ ଜଳୁଛି। ଭୟଭୀତ ଲୋକମାନେ ଭୟଙ୍କର ନିଆଁରୁ ରକ୍ଷା ପାଇବା ପାଇଁ ସମୁଦ୍ରକୁ ଡେଇଁ ପଡିଛନ୍ତି। ଅଧିକାରୀମାନେ ବୁଧବାର କହିଛନ୍ତି ଯେ ଲାହାଇନା ସହରରେ ୨୭୦ରୁ ଅଧିକ କୋଠା କ୍ଷତିଗ୍ରସ୍ତ ହୋଇଛି କିମ୍ବା ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri