Posted inଖେଳ

ହାଜଲେଉଡ୍‌ ଓହରିଲେ

ମେଲବୋର୍ନ, ୨।୪(ପି.ଟି.)-ଚେନ୍ନାଇ ସୁପରକିଙ୍ଗ୍ସର ଅଷ୍ଟ୍ରେଲୀୟ ଫାଷ୍ଟ ବୋଲର ଜୋଶ ହାଜଲେଉଡ୍‌ ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରୁ ଓହରି ଯାଇଛନ୍ତି। ଆଗାମୀ ଦିନରେ ଖେଳାଯିବାକୁ ଥିବାଆଶେସ ସିରିଜ ଏବଂ ଟି୨୦ ବିଶ୍ୱକପ ପାଇଁ ସତେଜ ରହିବାକୁ ସେ ବିଶ୍ରାମ ନେବା ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନେଇଛନ୍ତି। ଆଇପିଏଲରେ ଖେଳିବାକୁ ଥିବା ଅନ୍ୟ ଅଷ୍ଟ୍ରେଲୀୟ ଖେଳାଳିଙ୍କ ସହ ହାଜଲେଉଡ ଚେନ୍ନାଇ ଦଳରେ ଯୋଗ ଦେଇଥିଲେ, ମାତ୍ର ପରେ ଏହି ବ୍ୟୟବହୁଳ ଲିଗ୍‌ରେ ନ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ଆଇପିଏଲର ଆଗାମୀ ସଂସ୍କରଣ ଚଳିତ ମାସ ୯ରେ ଆରମ୍ଭ ହୋଇ ମେ ୩୦ରେ ଶେଷ ହେବ। ଆଗାମୀ ଦୁଇମାସ ପରିବାର ସହ କଟାଇବାକୁ ହାଜଲେଉଡ ନିଷ୍ପତ୍ତି ନେଇଛନ୍ତି। ୨୦୨୦ର ଶେଷଭାଗରେ ୟୁଏଇରେ ହୋଇଥିବା ଆଇପିଏଲର ଗତ ସଂସ୍କରଣରେ ସେ ଚେନ୍ନାଇ ପକ୍ଷରୁ ୩ଟି ମ୍ୟାଚରେ ଖେଳିଥିଲେ। ଦୀର୍ଘ ୧୦ ମାସ ଧରି ବାୟୋବବ୍‌ଲରେ ରହିବା ସହ ବିଭିନ୍ନ ସମୟରେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିଥିବାରୁ ସେ କ୍ରିକେଟରୁ କିଛିଦିନ ଦୂରେଇ ରହିବାକୁ ଚାହୁଁଛନ୍ତି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri