Posted inଜାତୀୟ

ଲେଭାନା ହୋଟେଲ ଅଗ୍ନିକାଣ୍ଡ ଘଟଣା: ୧୯ ଅଧିକାରୀଙ୍କ ଉପରେ ନିଆଗଲା କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୧୧ ।୯: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌ ସ୍ଥିତ ହଜରତଗଞ୍ଜରେ ଥିବା ଲେଭାନା ହୋଟେଲରେ ହୋଇଥିବା ଅଗ୍ନିକାଣ୍ଡ ଘଟଣାକୁ ନେଇ ସରକାର ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାରେ ସରକାର ୧୯ ଅଧିକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଅଗ୍ନିକାଣ୍ଡର ଯାଞ୍ଚ ଲକ୍ଷ୍ନୌ ମଣ୍ଡଳର ପୋଲିସ କମିଶନରଙ୍କ ଦ୍ୱାରା କରାଯାଉଛି । ଏହି ଯାଞ୍ଚ ରିପୋର୍ଟରେ ଫାୟାର ବ୍ରିଗେଡ, ଶକ୍ତି ବିଭାଗ, ନିଯୁକ୍ତି ବିଭାଗ, ଆବାସ ଓ ସହରି ବିକାଶ ବିଭାଗ ବ୍ୟତୀତ ଅବକାରୀ ବିଭାଗର ଅଧିକାରୀଙ୍କ ନିୟମିତତା ଓ ବେପରୁଆ ମନୋଭାବ ଦେଖିବାକୁ ମିଳିଛି । ଯାହା ପରେ ସରକାରଙ୍କ ଦ୍ୱାରା ଏମାନଙ୍କ ବିରୋଧରେ ନୋଟିସ ଜାରି କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ଯେଉଁ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେମାନଙ୍କ ମଧ୍ୟରେ ଗୃହ ବିଭାଗର ୪, ଶକ୍ତି ବିଭାଗର ୩, ନିଯୁକ୍ତି ବିଭାଗର ୧, ଆବାସ ଓ ସହରି ନିୟୋଜନ ବିଭାଗର ୮ ଓ ଅବକାରୀ ବିଭାଗର ୩ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଯେଉଁ ୧୯ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେମାନଙ୍କ ମଧ୍ୟରୁ ଆବାସ ଓ ସହରି ବିଭାଗର ୩ ଅଧିକାରୀ ଅବସର ନେଇ ସାରିଛନ୍ତି । ଆଉ ଯେଉଁମାନେ ଏବେ କାର୍ଯ୍ୟରତ ସେମାନଙ୍କୁ ତୁରନ୍ତ ସେବା ନିବୃତ୍ତ କରାଯାଇଛି । ଏବେ ଏହି ସମସ୍ତ ଅଧିକାରୀଙ୍କ ବିରୋଧରେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri