Posted inଜାତୀୟ

ଭର୍ଚୁଆଲ ଶୁଣାଣିକୁ ହାଇକୋର୍ଟ ମନା କରିପାରିବେନି: ସିଜେଆଇ

ନୂଆଦିଲ୍ଲୀ,୭ା୧୦: ଦେଶର ସମସ୍ତ ହାଇକୋର୍ଟ ଭର୍ଚୁଆଲ ଶୁଣାଣି ଜାରି ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କହିବା ସହ ପ୍ରତ୍ୟେକ ବିଚାରପତି ପ୍ରଯୁକ୍ତିରେ ଦକ୍ଷ ହେବାକୁ ଦୋହରାଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଶୁଣାଣି ପାଇଁ ଭିଡିଓ କନ୍‌ଫରେନ୍ସିଂ ବ୍ୟବହାରକୁ ସମ୍ପୂର୍ଣ୍ଣ ବର୍ଜନ କରିଥିବା ଅଭିଯୋଗ ସମ୍ପର୍କିତ ପିଟିଶନର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଉପରୋକ୍ତ ମତ ଦେଇଛନ୍ତି। କୌଣସି ହାଇକୋର୍ଟ ଭର୍ଚୁଆଲ ଶୁଣାଣିକୁ ମନା କରିପାରିବେ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି। ଏହି ପ୍ରସଙ୍ଗ ଉପରେ ପୂର୍ବରୁ ଶୁଣାଣି ବେଳେ ସୁପ୍ରିମକୋର୍ଟ ଦେଶର ସମସ୍ତ ହାଇକୋର୍ଟ ଓ ଟ୍ରିବ୍ୟୁନାଲଗୁଡ଼ିକୁ ନୋଟିସ୍‌ ଜାରି କରିଥିଲେ। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ କହିଛନ୍ତି, ଜଣେ ବିଚାରପତି ପ୍ରଯୁକ୍ତିରେ ଦକ୍ଷ କି ନୁହନ୍ତି, ତାହା ପ୍ରସଙ୍ଗ ନୁହେଁ। ଦେଶର ବିଚାରପତି ହେବାକୁ ହେଲେ ପ୍ରଯୁକ୍ତି ଅନୁକୂଳ ହେବାକୁ ପଡ଼ିବ। ଯଦି ହୋଇ ନ ଥାନ୍ତି, ତେବେ ପ୍ରଯୁକ୍ତିରେ ପର୍ଯ୍ୟାପ୍ତ ତାଲିମ ନେବାକୁ ହେବ। ସୁପ୍ରିମକୋର୍ଟର ଯେଉଁ ବିଚାରପତି ସ୍ବତନ୍ତ୍ର କେନ୍ଦ୍ରରେ ତାଲିମ ନେଉଛନ୍ତି, ସେମାନଙ୍କ ପାଇଁ ମଧ୍ୟ ଏହା ପ୍ରଯୁଜ୍ୟ ବୋଲି ଖଣ୍ଡପୀଠ କହିଛନ୍ତି। ପ୍ରଯୁକ୍ତି ଏକ ବିକଳ୍ପ ନୁହେଁ ବରଂ ଅତ୍ୟାବଶ୍ୟକ ବୋଲି ସିଜେଆଇ କହିବା ସହ ବମ୍ବେ ହାଇକୋର୍ଟଙ୍କ ବ୍ୟାପାରକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେମାନେ ବିଖଣ୍ଡିତ ଫଙ୍କଶନାଲ ସ୍କ୍ରିନ୍‌ କିପରି ପରିଚାଳନା କରୁଛନ୍ତି। ହାଇବ୍ରିଡ୍‌ ଶୁଣାଣି ସୁବିଧା ବିନା ସେମାନେ କିପରି କାମ ଚଳାଉଛନ୍ତି ବୋଲି ସିଜେଆଇ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୧୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୫ଜିଲାକୁ ଆଲର୍ଟ କଲା IMD

ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ (UP) ରେ ପାଣିପାଗ ଏବେଠାରୁ ରୂପ ବଦଳାଇବା ଆରମ୍ଭ କଲାଣି। ବାରାଣସୀ, ପ୍ରୟାଗରାଜ, ବାନ୍ଦା ଏବଂ ଆଗ୍ରା ଭଳି ସହରଗୁଡ଼ିକରେ ପାରଦ ୪୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri