Posted inଜାତୀୟ

ମୋରବି ମାମଲାରେ ଗୁଜରାଟ ସରକାରଙ୍କୁ ହାଇକୋର୍ଟଙ୍କ ଛାଟ, ଚାଲାକି ନ କରି ପ୍ରଶ୍ନର ଜବାବ ଦିଅ…

ଅହମଦାବାଦ,୧୫।୧୧ : ଗୁଜରାଟରେ ମୋରବି ଝୁଲାପୋଲ ଦୁର୍ଘଟଣାକୁ ନେଇ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହାର ମରାମତି ପାଇଁ ଚୁକ୍ତିନାମା ପ୍ରଦାନ କରିବାର ପଦ୍ଧତି ଉପରେ ମଧ୍ୟ କୋର୍ଟ ପ୍ରଶ୍ନ କରିଛନ୍ତି। ଅଦାଲତ ମୁଖ୍ୟ ଶାସନ ସଚିବଙ୍କୁ ଡକାଇ ଏପରି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଟେଣ୍ଡର କାହିଁକି ଆମନ୍ତ୍ରିତ କରାଯାଇ ନଥିଲା ବୋଲି ପଚାରିଛନ୍ତି।

ଶୁଣାଣି ସମୟରେ ପ୍ରଧାନ ବିଚାରପତି ଅରବିନ୍ଦ କୁମାରଙ୍କ ଖଣ୍ଡପୀଠ ମଧ୍ୟ ପ୍ରଶ୍ନ ପଚାରିଛନ୍ତି ଯେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଚୁକ୍ତିନାମା କିପରି ଦେଢ଼ ପୃଷ୍ଠାରେ ସମ୍ପୂର୍ଣ୍ଣ ହୋଇଛି? ଚାଲାକି ନ କରି ପ୍ରଶ୍ନର ଜବାବ ଦିଅ ବୋଲି କୋର୍ଟ କହିଛନ୍ତି।

ପୂର୍ବରୁ ହାଇକୋର୍ଟ ଏହି ଘଟଣାରେ ୬ଟି ବିଭାଗକୁ ଉତ୍ତର ମାଗିଥିଲେ। ସୋମବାର ସୁପ୍ରିମକୋର୍ଟ ଏହି ଘଟଣାର ଯାଞ୍ଚ ପାଇଁ ନ୍ୟାୟିକ ଆୟୋଗର ଗଠନ ଚାହୁଁଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣିକୁ ତାଲିକାଭୁକ୍ତ କରିବାକୁ ସହମତି ପ୍ରକାଶ କରିଥିଲେ।

ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦଚୂଡ଼ ଏବଂ ବିଚାରପତି ଜିବି ପାରଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଆଇନଜୀବୀ ବିଶାଳ ତିଓ୍ବାରୀଙ୍କୁ କହିଥିଲେ ଯେ ଆମେ କାଗଜପତ୍ର ବିଳମ୍ବରେ ପାଇଲୁ। ଆମେ ଏହାକୁ ତାଲିକାଭୁକ୍ତ କରିବୁ। ତିୱାରୀ ଆବେଦନରେ କହିଛନ୍ତି ଯେ ଏହି ଦୁର୍ଘଟଣା ସରକାରୀ କର୍ମଚାରୀଙ୍କ ଅବହେଳା ଏବଂ ଚରମ ବିଫଳତାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri