Posted inଜାତୀୟ

ରାଜୀବ ହତ୍ୟା ମାମଲା: ନଳିନୀ, ରବିଚନ୍ଦ୍ରନଙ୍କ ଆବେଦନ ଖାରଜ

ଚେନ୍ନାଇ,୧୭।୬: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ଜେଲରୁ ମୁକ୍ତି ପାଇଁ ନଳିନୀ ଶ୍ରୀହରନ ଏବଂ ରବିଚନ୍ଦ୍ରନ କରିଥିବା ଆବେଦନକୁ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ରାଜ୍ୟପାଳଙ୍କ ସ୍ବୀକୃତି ବିନା ସେମାନଙ୍କୁ ଜେଲରୁ ଖଲାସ ଲାଗି ନିର୍ଦ୍ଦେଶ ଦେବାକୁ ଦୁଇ ଅପରାଧୀ ଆବେଦନ କରିଥିଲେ। ସମ୍ବିଧାନର ଅନୁଚ୍ଛେଦ ୨୨୬ରେ ସୁପ୍ରିମକୋର୍ଟଙ୍କୁ ମିଳିଥିବା ସ୍ବତନ୍ତ୍ର କ୍ଷମତା ହାଇକୋର୍ଟ ପାଖରେ ନାହିଁ ବୋଲି ମୁଖ୍ୟ ବିଚାରପତି ଏମ୍‌.ଏନ୍‌. ଭଣ୍ଡାରୀ ଓ ଜଷ୍ଟିସ ଏନ୍‌ ମାଳାଙ୍କ ଖଣ୍ଡପୀଠ ଦର୍ଶାଇଛନ୍ତି। ଅନ୍ୟତମ ଅପରାଧୀ ଏ.ଜି. ପେରାରିଭାଲାନଙ୍କୁ ମୁକ୍ତ କରିବା ଲାଗି ଗତମାସ ୧୮ରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ସମ୍ବିଧାନର ଅନୁଚ୍ଛେଦ ୧୪୨ରେ ସର୍ବୋଚ୍ଚ ଅଦାଲତକୁ କ୍ଷମତା ମିଳିଛି। ସେହି ମାନଦଣ୍ଡ ହାଇକୋର୍ଟଙ୍କ କ୍ଷେତ୍ରରେ ଲାଗୁ ହୋଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।

ତାମିଲନାଡୁର ଏଆଇଏଡିଏମ୍‌କେ କ୍ୟାବିନେଟ ୨୦୧୮ ସେପ୍ଟେମ୍ବରରେ ସମସ୍ତ ୭ ଅଭିଯୁକ୍ତଙ୍କୁ ଜେଲରୁ ମୁକ୍ତ କରିଦେବାକୁ ସୁପାରିସ କରିଥିଲେ। ଏହି ସୁପାରିସକୁ ତତ୍କାଳୀନ ରାଜ୍ୟପାଳ ବନଓ୍ବରିଲାଲ୍‌ ପୁରୋହିତଙ୍କ ନିକଟକୁ ପଠାଯାଇଥିଲା। ରାଜ୍ୟପାଳ କୌଣସି ପଦକ୍ଷେପ ନ ନେବାରୁ ଅଭିଯୁକ୍ତମାନେ ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେମାନଙ୍କ ଆବେଦନ ଖାରଜ ହୋଇଯିବା ପରେ ରାଜ୍ୟପାଳଙ୍କ ବିନା ସହମତିରେ ସେମାନଙ୍କୁ ମୁକ୍ତ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ସେମାନେ ପୁନର୍ବାର ରିଟ୍‌ ପିଟିଶନ ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?