ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ କରିବ ଏଚ୍‌ସିସିବି

ଭୁବନେଶ୍ୱର,୨୬।୧୨: ହିନ୍ଦୁସ୍ତାନ କୋକାକୋଲା ବେଭରେଜ୍‌ (ଏଚ୍‌ସିସିବି) ଓ ୱାଇ୪ଡି ଫାଉଣ୍ଡେଶନର ମିଳିତ ସହଯୋଗରେ ଖୋର୍ଦ୍ଧା ଜିଲାର ୯ଟି ଗାଁରେ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପ ପାଇଁ ଉଭୟ ସଂସ୍ଥା ବ୍ୟାପକ ଯୋଜନା କରିଛନ୍ତି। ବିଶେଷକରି ପ୍ରାୟ ୩୨,୦୦୦ଲୋକ ଏହା ଜରିଆରେ ବେଶ୍‌ ଉପକୃତ ହୋଇପାରିବେ। ଏପରିକି କମ୍ପାନୀ ମଧ୍ୟ ବିଭିନ୍ନ ଅପ୍‌କମିଂ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର ୨,୭୦୦ ବ୍ୟକ୍ତିବିଶେଷଙ୍କୁ ସଶକ୍ତ କରିବାକୁ ଏକ ବହୁମୁଖୀ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବ। ଅପରପକ୍ଷରେ ଖୋର୍ଦ୍ଧା ଜିଲାର ଟାଙ୍ଗୀବସ୍ତି, ବଧା, ଶବରସାହି, ଜେମାଦେଈ, ମୁକୁନ୍ଦପ୍ରସାଦ, ଗୁରୁଜଙ୍ଗ, କୁମାରବସ୍ତ, ତିରୁମଲ ଏବଂ ଭାଲିଆବାଡି ଗ୍ରାମରେ ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପଗୁଡ଼ିକ ଏକ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ସେହିଭଳି ଏହି ପଦକ୍ଷେପ ଦ୍ୱାରା ବାସିନ୍ଦାଙ୍କ ଜୀବନଶୈଳୀରେ ପରିବର୍ତ୍ତନ ସହ ଦୀର୍ଘସ୍ଥାୟୀ ବିକାଶ ଉପରେ ଗୁରୁତ୍ୱାରୋପ କରାଯିବ। ଏ ସମ୍ପର୍କରେ ଜନସମ୍ପର୍କ ବିଭାଗ ମୁଖ୍ୟ, ଯୋଗାଯୋଗ ଏବଂ ଦୀର୍ଘସ୍ଥାୟୀ ଅଧିକାରୀ ହିମାଂଶୁ ପ୍ରିୟଦର୍ଶୀ କହିଥିଲେ, ସାମାଜିକ-ଅର୍ଥନୈତିକ ଦୃଶ୍ୟପଟକୁ ବୃଦ୍ଧି କରିବାରେ ଶିଳ୍ପ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଖୋର୍ଦ୍ଧା ଜିଲାର ଗୋଷ୍ଠୀ ଉନ୍ନୟନ ପଦକ୍ଷେପ ସାମଗ୍ରିକ ଅଭିବୃଦ୍ଧି ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାକୁ ଦୋହରାଇଛି। ଆମର ମଲ୍ଟି-ଡାଇମେନ୍ସନାଲ ଅପ୍‌ସ୍କିଲିଂ ପ୍ରୋଗ୍ରାମଗୁଡିକ ଆର୍ଥିକ ଏବଂ ଡିଜିଟାଲ କ୍ଷେତ୍ରରେ ଲିଙ୍ଗଗତ ପାର୍ଥକ୍ୟକୁ ଦୂରକରିବା ସହ ଆଜିର ଦ୍ରୁତ ବିକାଶଶୀଳ ବ୍ୟବସାୟରେ ଉତ୍କର୍ଷ ହେବା ପାଇଁ ଯୁବବର୍ଗମାନଙ୍କୁ ଅତ୍ୟାବଶ୍ୟକ ବିକ୍ରୟ ଏବଂ ମାର୍କେଟିଂ ଉପକରଣ ମଧ୍ୟ ଯୋଗାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri