Posted inଜାତୀୟ

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଅଧ୍ୟକ୍ଷଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୦।୩: ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପାର୍ଟଟାଇମ୍‌ ଅଧ୍ୟକ୍ଷ ଅତନୁ ଚକ୍ରବର୍ତ୍ତୀ ବୁଧବାର ଅଚାନକ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ବ୍ୟାଙ୍କର ପ୍ରଶାସନ, ମନୋନୟନ ଓ ବେତନ କମିଟି ଅଧ୍ୟକ୍ଷଙ୍କୁ ପତ୍ର ଲେଖି ଅତନୁ ଦର୍ଶାଇଛନ୍ତି, ଗତ ୨ ବର୍ଷ ହେଲା ସେ ଦେଖିଆସୁଥିବା ବ୍ୟାଙ୍କର ବିଭିନ୍ନ ଘଟଣା ଓ କାର୍ଯ୍ୟଧାରା ତାଙ୍କର ବ୍ୟକ୍ତତିଗତ ମୂଲ୍ୟବୋଧ ଓ ନୈତିକତା ସହ ମେଳ ଖାଉନାହିଁ । ସେହି କାରଣରୁ ସେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି ।

ଅତନୁଙ୍କ ଇସ୍ତଫା ପରେ ରିଜର୍ଭ ବ୍ୟାଙ୍କ ଗୁରୁବାର କେକି ମିସ୍ତ୍ରିଙ୍କୁ ଅନ୍ତରୀଣ ପାର୍ଟଟାଇମ୍‌ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି। ଅତନୁଙ୍କ ଇସ୍ତଫାର କିଛି ଘଣ୍ଟା ମଧ୍ୟରେ ଶେୟାର ବଜାରରେ ନିବେଶକଙ୍କ ଶେୟାର ୧ ଲକ୍ଷ କୋଟି ଟଙ୍କା ହ୍ରାସ ପାଇଥିଲା। କାରବାର ଆରମ୍ଭରେ ବ୍ୟାଙ୍କ ଶେୟାର ମୂଲ୍ୟ ୭୭୦ ଟଙ୍କା ଥିବାବେଳେ ତାହା ୮.୬୬ ପ୍ରତିଶତ ହ୍ରାସ ପାଇଥିଲା, ଯାହାକି ୫୨ ସପ୍ତାହ ମଧ୍ୟରେ ସର୍ବନିମ୍ନ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri