ଏଚ୍‌ଡିଏଫ୍‌ସି ଉପରେ ଜରିମାନା ଲଗାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୮।୩: ନ୍ୟାଶନାଲ ହାଉସିଂ ବ୍ୟାଙ୍କ(ଏନ୍‌ଏଚ୍‌ବି)ର କିଛି ନିୟମ ପାଳନ ନ କରିବା ଲାଗି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ହାଉସିଂ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେସନ ଲିମିଟେଡ(ଏଚ୍‌ଡିଏଫ୍‌ସି) ଉପରେ ୫ ଲକ୍ଷ ଟଙ୍କାର ଜରିମାନା ଲଗାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଶୁକ୍ରବାର ଏହି ସୂଚନା ଦେଇଛି।

ଆରବିଆଇ କହିଛି, ମାର୍ଚ୍ଚ ୩୧ ୨୦୨୨ ସୁଦ୍ଧା କମ୍ପାନୀର ଆର୍ଥିକ ସ୍ଥିତିକୁ ଆଧାର କରି ଏନ୍‌ଏଚ୍‌ବି କମ୍ପାନୀର ଏକ ଆଇନଗତ ଯାଞ୍ଚ କରିଛି। ଆର୍‌ବିଆଇ ବିବୃତ୍ତିରେ କହିଛି ଯେ ଯାଞ୍ଚରେ ଜଣାପଡ଼ିଥିଲା ଯେ କମ୍ପାନୀ ୨୦୧୯-୨୦ ମଧ୍ୟରେ କିଛି ଜମାକାରୀଙ୍କ ପରିପକ୍ୱ ଜମାକୁ ସେମାନଙ୍କର ନିର୍ଦ୍ଧିଷ୍ଟ ବ୍ୟାଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରିପାରି ନାହିଁ। ଏହା ପରେ କମ୍ପାନୀକୁ ଜରିମାନା କାହିଁକି ଦିଆଯିବ ନାହିଁ ସେନେଇ ଏକ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। କମ୍ପାନୀର ଜବାବକୁ ବିଚାର କରିବା ପରେ ଏହି ନିୟମ ପାଳନ ନକରିବା ଅଭିଯୋଗ ଯଥେଷ୍ଟ ଏବଂ ତା’ ଉପରେ ଜରିମାନା ଲଗାଯିବା ଉଚିତ ବୋଲି ରିଜର୍ଭ ବ୍ୟାଙ୍କ ସିଦ୍ଧାନ୍ତରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri