ପୋଖରୀପୁଟରେ ଏଚ୍‌ଡିଏଫ୍‌ସିର ନୂତନ ଶାଖା

ଭୁବନେଶ୍ୱର,୧୭।୨:ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଆଉ ଏକ ନୂତନ ଶାଖା ଆନୁଷ୍ଠାନିକ ଭାବେ ଗୁରୁବାର ସ୍ଥାନୀୟ ପୋଖରୀପୁଟ ଅଞ୍ଚଳରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ କର୍ପୋରେଟର ଚାରୁଲତା ସାମନ୍ତରାୟ, ଶାଖା ପରିଚାଳକ ସୁସ୍ମିତା ପଟ୍ଟନାୟକଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ର କ୍ଲଷ୍ଟର ହେଡ୍‌ ତଥା ସିନିୟର ଭାଇସ୍‌ ପ୍ରେସିଡେଣ୍ଟ ଅନିମେଶ ବିଶ୍ୱାଳ କହିଛନ୍ତି, ସହରବାସୀଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଗ୍ରାହକଙ୍କୁ ସମସ୍ତ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇଦେବା ସହ ଗୃହଋଣ, ସୁନାଋଣ ସମେତ ଅନ୍ୟାନ୍ୟ ଋଣ ଓ ବ୍ୟାଙ୍କିଙ୍ଗ୍‌ ସୁବିଧା ମଧ୍ୟ ଉପଲବ୍ଧ। ଏଠାରେ ବିଶେଷକରି ବିଦେଶୀ ମୁଦ୍ରା ବିନିମୟ, ଲକର ଓ ଇ-ରୁପିର ସୁବିଧା ସାଙ୍ଗକୁ ଶାଖା ପରିସରରେ ୨୪ ଘଣ୍ଟିିଆ ଏଟିଏମ୍‌ର ସୁବିଧା ଉଭୟ ଟଙ୍କା ଉଠାଣ ଓ ଜମା କରିପାରିବେ। ଅପରପକ୍ଷରେ ଉକ୍ତ ଶାଖା ଜରିଆରେ ଏସ୍‌ଏଚ୍‌ଜି ଓ ଏସ୍‌ଏଲଇ ଗ୍ରୁପ୍‌କୁ ଋଣ ମଧ୍ୟ ଦିଆଯାଉଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଏହା ୩୩ତମ ଶାଖା ହୋଇଥିବା ବେଳେ ଓଡ଼ିଶାରେ ବ୍ୟାଙ୍କର ଏହା ୧୯୦ ତମ ଶାଖା ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri