ଡବ୍ଲ୍ୟୁଓଡିସି ବାର୍ଷିକ ଅନୁଦାନ ୨୦୦ କୋଟି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନ ୧୦୦ କୋଟିରୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଡବ୍ଲ୍ୟୁଓଡିସିର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ଘୋଷଣା କରିଛନ୍ତି। ଏଥିସହିତ ଯୁବତୀ ଯୁବକମାନଙ୍କ ପାଇଁ ଯେପରି ଅଧିକ ରୋଜଗାର ସୁଯୋଗ ସୃଷ୍ଟି ହେବ ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
୧୯୯୯-୨୦୦୦ରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବଜେଟ ପରିମାଣ ବର୍ଷକୁ ୩ କୋଟି ଥିବାବେଳେ କ୍ରମେ ତାହା ବୃଦ୍ଧି ପାଇ ୧୦୦ କୋଟି ଟଙ୍କା ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକବର୍ଷରେ ୨୦୦ କୋଟି ହେବ। ଏଥିସହିତ ପଶ୍ଚିମ ଓଡ଼ିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ ଜିଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପଶ୍ଚିମ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ଅନେକଗୁଡିଏ ବୃହତ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରି ଠିକ୍‌ ସମୟରେ ଶେଷ କରିବା ପାଇଁ ଡବ୍ଲ୍ୟୁଓଡିସି ପଦକ୍ଷେପ ନେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବିଜୁ ଏକ୍ସପ୍ରେସ୍‌ ଓ୍ବେ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଆଦି ବୃହତ୍‌ ଭିତ୍ତିଭୂମି ପ୍ରକଳ୍ପଗୁଡିକ ଦ୍ୱାରା ପଶ୍ଚିମ ଓଡ଼ିଶାର ବିକାଶ ହୋଇପାରିବ ବୋଲି ଆଶା କରାଯାଉଛି। ବୈଠକରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଯୋଗଦେଇ ପରିଷଦର କାର୍ଯ୍ୟକ୍ରମ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ବିଗତ ଦିନଗୁଡିକରେ ଡବ୍ଲ୍ୟୁଓଡିସି ପକ୍ଷରୁ ସଡ଼କ ନିର୍ମାଣ, ଶିକ୍ଷା, ଭିତ୍ତିଭୂମି ଓ ଜଳସେଚନ ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରାଯାଇଛି। ଆଗାମୀ ଦିନରେ ପନିପରିବା, ଡାଲିଜାତୀୟ ଫସଲ ଓ ତୈଳବୀଜ, ଫୁଲ ଚାଷ ଆଦି ଉଦ୍ୟାନଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦିଆଯାଇଛି।
ପଶ୍ଚିମ ଓଡ଼ିଶା ଜିଲାଗୁଡିକରେ ସର୍ବାଧିକ ଅର୍ଥନୈତିକ ସମ୍ଭାବନା ଥିବା କ୍ଷେତ୍ରରେ ଆବଶ୍ୟକ ଭିତ୍ତିଭୂମି ସୁବିଧା ସୃଷ୍ଟି କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ସମ୍ବଲପୁର, ବରଗଡ଼ ଓ ସୋନପୁରରେ ଧାନ ଓ ଧାନରୁ ଉତ୍ପାଦିତ ପଦାର୍ଥର ବିନିଯୋଗ ପାଇଁ ଭିତ୍ତିଭୂମି, ବଲାଙ୍ଗୀରରେ କୁକୁଡା ଓ ଅଣ୍ଡା ଚାଷ ପାଇଁ ଭିତ୍ତିଭୂମି, କଳାହାଣ୍ଡିରେ ମାଛ ଚାଷ, ବୌଦ୍ଧ ଓ ସୋନପୁରରେ ଗୋ ପାଳନ, ଦୁଗ୍ଧ ଉତ୍ପାଦନ ଏବଂ ହସ୍ତତନ୍ତ କ୍ଲଷ୍ଟରର ବିକାଶ ପାଇଁ ବହୁତ ସୁଯୋଗ ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଛି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା, ଅର୍ଥ ବିଭାଗ ସଚିବ ଅଶୋକ ମୀନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri