ଗିରଫ ଟ୍ୟୁଶନ ଶିକ୍ଷକ ଜେଲ ଗଲେ

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ)-ଜନୈକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳତ୍କାର ଘଟଣାରେ ବଡବଜାର ଥାନା ପୋଲିସ ଜଣେ ଟ୍ୟୁଶନ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଗୁରୁ କୁମାର ଗୌଡ(୨୩)। ଗତ ୨୦ତାରିଖ ସନ୍ଧ୍ୟାରେ ପୋଲିସ ଅପହୃତା ଛାତ୍ରୀଙ୍କୁ ନୂଆବସଷ୍ଟାଣ୍ଡ ନିକଟରୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ମଧ୍ୟ କାବୁ କରିଥିଲା। ପୀଡ଼ିତାଙ୍କ ବୟାନ ଅନୁସାରେ ଅଭିଯୁକ୍ତ ଟ୍ୟୁଶନ ଶିକ୍ଷକ ତାଙ୍କୁ ଅପହରଣ କରି ଖଲ୍ଲିକୋଟ ଅଞ୍ଚଳର ଏକ ଲଜରେ ରଖି ଏକାଧିକଥର ବଳାତ୍କାର କରିଛନ୍ତି। ସେହିପରି ଛାତ୍ରୀଙ୍କୁ ଅପହରଣ ଓ ବଳତ୍କାର ଅଭିଯୋଗରେ ପୋଲିସ ଗୁରୁ କୁମାରଙ୍କୁ ଗିରଫ କରିଥିଲା। ଶୁକ୍ରବାର ଉଭୟେ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯାଇଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ତାଙ୍କୁ କୋର୍ଟ ନିର୍ଦ୍ଦେଶରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପଟେ ଧାରା ୧୬୪ ଅନୁଯାୟୀ କୋର୍ଟରେ ପିଡିତାଙ୍କ ବୟାନ ମଧ୍ୟ ରେକର୍ଡ ହୋଇଛି। ଘଟଣାରୁ ପ୍ରକାଶ ଗୁରୁ ପୁରୁଷୋତ୍ତମପୁର ଅଞ୍ଚଳରେ ଟ୍ୟୁସନ କରୁଛନ୍ତି। ଛାତ୍ରୀଜଣଙ୍କ ମଧ୍ୟ ତାଙ୍କ ପାଖରେ ୯ମ ଓ ୧୦ମ ଶ୍ରେଣୀରେ ଟ୍ୟୁଶନ ପଢୁଥିଲେ। ସେ ମାଟ୍ରିକ ପାସ୍‌ କରିବା ପରେ ଉଚ୍ଚ ଶିକ୍ଷା ପାଇଁ ଅଭିଭାବକଙ୍କ ସହ ବ୍ରହ୍ମପୁର ଚାଲିଆସିଥିଲେ। ପୀଡିତା ଛାତ୍ରୀ ଗତ ୧୯ତାରିଖରେ ସେ ପଢୁଥିବା କଲେଜକୁ ଗଣେଶ ପୂଜା ପାଇଁ ଯାଇ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ କୌଣସି ସନ୍ଧାନ ନପାଇବାରୁ ବଡବଜାର ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ୍‌ ୩୪୭/୨୩ ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?