ଠେଙ୍ଗାରେ ପିଟି ପୁଅକୁ ମାରିଦେଲେ

ଗୋପବନ୍ଧୁନଗର(ଶାନ୍ତନୁ କୁମାର ମଢୁଆଳ)/ଖୁଣ୍ଟା(ଦେବରଞ୍ଜନ ବେହେରା), ୨୭ା୧୦: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଡେଙ୍ଗାମସ୍ଥିତ ସିଦାମଡି ଗ୍ରାମରେ ପାରିବାରିକ କଳହରୁ ଏକ ହତ୍ୟାକାଣ୍ଡ ଘଟିଛି। ବାପାଙ୍କ ଠେଙ୍ଗା ମାଡରେ ପୁଅର ମୃତ୍ୟୁ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ପୁଅ ହେଲେ ମେଘରାଏ ଟୁଡୁ (୨୫)।
ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ବାପା ସଲାହି ଟୁଡୁ ଓ ପୁଅ ମେଘରାଏଙ୍କ ମଧ୍ୟରେ ଝଗଡା ହୋଇଥିଲା। ଉଭୟ ବାପ ଓ ପୁଅ ମାରପିଟ୍‌ ଲାଗିଥିବା ବେଳେ ବାପା ସଲାହି ଉତ୍ତ୍ୟକ୍ତ ହୋଇ ଏକ ଠେଙ୍ଗାରେ ପୁଅକୁ ନିର୍ମମ ଭାବେ ମାଡ ମାରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ପରିବାର ଲୋକଙ୍କ କହିବା ଅନୁଯାୟୀ, ମେଘରାଏ ପ୍ରତିଦିନ ନିଶାସକ୍ତ ଅବସ୍ଥାରେ ଘରକୁ ଫେରି ସମସ୍ତଙ୍କ ସହ ଝଗଡା କରିବା ସହ ଘରୁ ବାହାରି ଯାଇ ଅନ୍ୟତ୍ର ରହିବାକୁ ଧମକ ଦେଇ ଆସୁଥିଲେ। ଏନେଇ ପ୍ରତି ଦିନ ବାପ ପୁଅଙ୍କ ମଧ୍ୟରେ ଝଗଡା ହେଉଥିଲା। ଗତ ସନ୍ଧ୍ୟାରେ ପୁଅର ନିର୍ଯାତନା ଅତ୍ୟଧିକ ହେବାରୁ ତାହାକୁ ସହ୍ୟ କରି ନ ପାରି ପୁଅକୁ ପିଟି ମାରି ଦେଇଥିବା ପୋଲିସ ନିକଟରେ ସଲାହି ସ୍ବୀକାର କରିଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମ ଲୋକେ ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ନବକିଶୋର ମୁର୍ମୁ ପୋଲିସକୁ ଖବର ଦେବା ପରେ ଆଇଆଇସି ସୁଜାତା ଖମାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ସଲାହିଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛନ୍ତି। ରକ୍ତାକ୍ତ ଅବସ୍ଥାରେ ଘର ଚଟାଣରେ ପଡି ରହିଥିବା ମେଘରାଏଙ୍କ ମୃତଦେହକୁ ଜବତ କରିବା ସହ ପୋଲିସ ଏକ ମାମଲା(ନଂ. ୨୯୬/୨୩) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?