ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି। ଏନେଇ ବିଜେଡି ପକ୍ଷରୁ ଭାଜପା ବିରୋଧରେ ଅଭିଯୋଗ କରାଯାଇଛି। ବିଜେଡିର ଗୋଟିଏ ଟିମ୍‌ ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କୁ ଭେଟିଛନ୍ତି। ବିଜେଡି ଅଭିଯୋଗରେ ଦର୍ଶାଇଛି ଯେ, ଭାଜପାର ଦୁଇ ଜଣ ନେତାଙ୍କ ନିକଟରୁ ପିପିଲିରେ ୫୦ ଲକ୍ଷ ଟଙ୍କା ଧରାଯାଇଛି। ଉପନିର୍ବାଚନ ହାରିଯାବା ଭୟ ବଢୁଥିବା ଯୋଗୁ ଭାଜପା ପ୍ରଚୁର ଟଙ୍କା ଧରି ପିପିଲି ଲୋକଙ୍କୁ ଭ୍ରମିତ କରିବାର ଅପଚେଷ୍ଟା ଆରମ୍ଭ କରିଛି। ହେଲେ ପିପିଲିବାସୀ ଶିକ୍ଷିତ ଏବଂ ସଚେତନ ଭୋଟର। ଭାଜପାର ଏସବୁ ପଦକ୍ଷେପକୁ ସେମାନେ ପ୍ରତ୍ୟାଖାନ କରିବେ। ଏସବୁ ଅନୈତିକ କାର୍ଯ୍ୟକ୍ରମ ଉପରେ ରୋକୋ ଲଗାଇବା ପାଇଁ ପିପିଲି ନିର୍ବାଚନମଣ୍ଡଳୀରେ ଆହୁରି ଗାଡିକୁ ପଇଁତରା କାର୍ଯ୍ୟରେ ନିୟୋଜିତ କରାଯାଉ। ଏହାସହ ଅଧିକ ସର୍ଭିଲାନ୍ସ ଟିମ୍‌ ବୃଦ୍ଧି କରି ଭାଜପାର ଏଭଳି କାମକୁ ରୋକାଯିବା ଆବଶ୍ୟକ। ଏହାସହ ଧରା ପଡିଥିବା ଟଙ୍କା କେଉଁଠାରୁ ଆସିଲା ତାହାର ଠିକ୍‌ରେ ଯାଞ୍ଚ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଏହା ବ୍ୟତୀତ ଏକ ଶାନ୍ତିପୂର୍ଣ୍ଣ ନିର୍ବାଚନ ଲାଗି ପଦକ୍ଷେପ ନେବା ପାଇଁ ବିଜେଡି ଟିମ୍‌ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri