Posted inଫୁରସତ

କପାଳରେ ଫଟାଇଲେ ୨୫୪ ଅଖରୋଟ୍‌

ଅଖରୋଟ୍‌ ବା ଓ୍ବାଲନଟ୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ତେବେ ଏହା ଶକ୍ତ ହୋଇଥିବାରୁ ଏହାକୁ ଫଟାଇବା ବହୁତ କଷ୍ଟକର। କିଏ ହାତୁଡି ଖୋଜନ୍ତି ତ ଆଉ କିଏ କବାଟର କବ୍‌ଜା ମଝିରେ ରଖି ଏହାକୁ ଫଟାନ୍ତି। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ଜଣେ ବ୍ୟକ୍ତି ଏହି ଅଖରୋଟ୍‌କୁ ନିଜ କପାଳରେ ବାଡେଇ ଫଟାଇ ପାରନ୍ତି। ଆଉ ସେ କପାଳରେ ୨୫୪ଟି ଅଖରୋଟ ଫଟାଇ ଗିନିଜ୍‌ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ମଧ୍ୟ ପାଇଛନ୍ତି। ଏହି ବ୍ୟକ୍ତିଙ୍କ ନାମ ହେଉଛି ମହମ୍ମଦ ରଶିଦ୍‌। ଏହି ରେକର୍ଡ କରିବା ଲାଗି ମହମ୍ମଦଙ୍କ ହାତ ପଛପଟେ ବନ୍ଧା ଯାଇଥିଲା। ଆଉ ତାଙ୍କ ସାମ୍‌ନାରେ ଏକ ଲମ୍ବା ଟେବୁଲ୍‌ରେ ଅଖରୋଟ ଧାଡି ଧାଡି ରଖାଯାଇଥିଲା। ସେ ନିଜ କପାଳରେ ସେହିସବୁ ଅଖରୋଟ୍‌କୁ ଗୋଟିଏ ପରେ ଗୋଟିଏ ଫଟାଇଥିଲେ। ମାତ୍ର ୧ ମିନିଟ୍‌ରେ ସେ ୨୫୪ଟି ଅଖରୋଟ୍‌ ଫଟାଇ ପାରିଥିଲେ। ଫଟାଇବା ସମୟରେ ତାଙ୍କ କପାଳରୁ ରକ୍ତ ବି ବୋହିଥିଲା। ତଥାପି ସେ ଅଟକି ନ ଥିଲେ। ଆଉ ରେକର୍ଡ କରିବାରେ ସଫଳ ହେଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri