ସୁଧ ଟଙ୍କା ପାଇଁ ଘରେ ପଶି ଶ୍ୱଶୁର-ବୋହୂଙ୍କୁ ହାଣିଲେ

ଭୁବନେଶ୍ୱର,୧୧।୪: ରାଜଧାନୀରେ ଗତ ରାତିରେ ଘଟି ଯାଇଛି ଅଭାବନୀୟ ଘଟଣା। ବୁଧବାର ରାତିରେ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଛନ୍ତି ଗୋଟିଏ ଗୋଷ୍ଠୀ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳର ପଦ୍ମକେଶରପୁର ଗାଁରେ। ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଶ୍ୱଶୁର ସନାତନ ଦାସ ଓ ତାଙ୍କ ବୋହୂ ନିରୁପମା ଦାସ।

ଶ୍ୱଶୁର,ବୋହୂଙ୍କୁ ଗ୍ରାମବାସୀ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏହାସହ ପୋଲିସକୁ ଘଟଣା ସଂପର୍କରେ ଜଣାଇଛନ୍ତି। ଘଟଣାର ତଦନ୍ତ କରୁଛି ପୋଲିସ। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ଗାଁରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

ସୂଚନାଯୋଗ୍ୟ, ୪ମାସ ତଳେ ସୁଧ ଟଙ୍କାକୁ ନେଇ ପଦ୍ମକେଶରପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ସୁଧ ଦେଇଥିବା ଗୋଷ୍ଠୀ ଓ ସୁଧ ଆଣିଥିବା ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ପରେ ଗାଁରେ ପୋଲିସ ଉପସ୍ଥିତିରେ ଶାନ୍ତି କମିଟି ବସି ସମାଧାନ ହୋଇଥିଲା। କୋର କମିଟି ଗଠନ ନ ହେବା ଯାଏ ସୁଧ ଟଙ୍କା ମାଗିବେନି ଗୋଷ୍ଠୀର ଲୋକଙ୍କୁ କୁହାଯାଇଥିଲା ସୂଚନା ରହିଛି। ଏହାପରେ ଗତକାଲି ରାତିରେ ଏହି ସୁଧ ଟଙ୍କା ପାଇଁ ପଦ୍ମକେଶରପୁର ହଣାକଟା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri