ନିଜ ପେନ୍‌ସନ ଟଙ୍କାରେ ନିର୍ମାଣ କଲେ ନଦୀଘାଟ ପାହାଚ

ଦେବେନ୍ଦ୍ର ଆନ୍ଦିଆ
ଭଣ୍ଡାରିପୋଖରୀ ,୨୦।୪: ନିଜର ପେନ୍‌ସନ ଟଙ୍କା ଖର୍ଚ୍ଚ କରି ଅଞ୍ଚଳବାସୀଙ୍କ ଯାତାୟାତ ସୁବିଧା ପାଇଁ ନଦୀଘାଟ ମରାମତି ସହ ପାହାଚ ନିର୍ମାଣ କରି ଜଣେ ବ୍ୟକ୍ତି ଆଖପାଖ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏଭଳି ମହାନ ବ୍ୟକ୍ତି ଜଣକ ହେଉଛନ୍ତି ୮୪ ବର୍ଷୀୟ ଅବସରପ୍ରାପ୍ତ ସରକାରୀ ଚକବନ୍ଦୀ ଅଧିକାରୀ ରାମଚନ୍ଦ୍ର ଦାଶ। ତାଙ୍କ ଘର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ବନ୍ଦାଳ ଗ୍ରାମରେ। ୬୦ ହଜାରରୁ ଊଦ୍ଧର୍‌ବ ଟଙ୍କା ଖର୍ଚ୍ଚ କରି ରାମଚନ୍ଦ୍ର ଅଞ୍ଚଳବାସୀଙ୍କ ସୁବିଧା ପାଇଁ ନଦୀଘାଟରେ କଙ୍କ୍ରିଟ ପାହାଚ ନିର୍ମାଣ କରିଛନ୍ତି।
ନଦୀ ଘାଟକୁ ଶୌଚ ଓ ଗାଧୁଆ ପାଇଁ ଲୋକଙ୍କ ଦୀର୍ଘ ଦିନର ସମସ୍ୟା ଥିବାରୁ ଗ୍ରାମବାସୀ ସ୍ଥାନୀୟ ପଞ୍ଚାୟତ ଓ ପ୍ରଶାସନକୁ ଅବଗତ କରିବା ପରେ ମଧ୍ୟ କେହି ଏଥିପ୍ରତି ଦୃଷ୍ଟି ଦେଉ ନ ଥିଲେ। ଶେଷରେ ଅନ୍ୟ ଉପାୟ ନ ପାଇ ରାମଚନ୍ଦ୍ର ନିଜର ପେନ୍‌ସନ ଟଙ୍କାରେ ଏହି କାର୍ଯ୍ୟ କରିବାକୁ ସଂକଳ୍ପ ନେଇଥିଲେ। ବନ୍ଦାଳ ମଢିଆଳୀ ପଞ୍ଚାୟତ ଦେଇ ବହି ଯାଇଥିବା ବୈତରଣୀ ନଦୀର ଖପୁରିଆପଦା ସ୍ଥିତ ମିଶ୍ର ସାହି ନଦୀ ଘାଟତୁଠ ଅନେକ ଦିନ ହେବ ବିପଜ୍ଜନକ ଅବସ୍ଥାରେ ପଡ଼ି ରହିଥିଲା। ପ୍ରତିଦିନ ଗାଧୋଇବା ଓ ଶୌଚ ହେବାକୁ ଆସୁଥିବା ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷ କରି ରାହାସ ପୂର୍ଣ୍ଣିମାରେ ସ୍ନାନ କରିବା ଓ ଶ୍ରାବଣୀ ପାଣି ଉଠାଇବା ସମୟରେ ଏଇ ଘାଟରେ ଶହ ଶହ ଭକ୍ତଙ୍କ ଭିଡ଼ ଜମିଥାଏ। ଏପଟେ ଘାଟର ତୁଠଟି ଅଗମ୍ୟ ହୋଇଥିବାରୁ ଅନେକ ଲୋକ ପଡ଼ି ଆହତ ହୋଇଥିବା ବେଳେ କିଛି ଦିନ ତଳେ ଧନେଶ୍ୱର ସାହୁ ନାମକ ଜଣେ ଯୁବକ ଗାଧୋଇବା ବେଳେ ସେହି ତୁଠରେ ପଡ଼ିଯାଇ ପ୍ରାଣ ହରାଇଥିଲେ। ଏସବୁକୁ ଦୃଷ୍ଟିରେ ରଖି ନିର୍ମାଣ ପାଇଁ ଅଣ୍ଟା ଭିଡିଥିଲେ ରାମଚନ୍ଦ୍ର। ବର୍ତ୍ତମାନ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ। ରାମଚନ୍ଦ୍ରଙ୍କ ଏପରି କାର୍ଯ୍ୟ ଦେଖି ଆଖପାଖ ଅଞ୍ଚଳର ଲୋକେ ତାଙ୍କର ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri