ପୂଜା ଭିଡ଼ରେ ବସ୍‌ ବନ୍ଦ ଡାକରା

ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍‌ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ ଘଣ୍ଟିଆ ବସ୍‌ ବନ୍ଦ ଡାକରା ଦିଆଯାଇଛି। ଲକ୍ଷ୍ମୀ ବସ୍‌ର ଟାୟାର-୨ ସେବା ଅର୍ଥାତ୍‌ ବ୍ଲକ୍‌ରୁ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳକୁ ପ୍ରତିବାଦ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୪ ଜିଲାର ଘରୋଇ ବସ୍‌ ମାଲିକ ସଂଘ ଏଭଳି ନିଷ୍ପତ୍ତି ନେଇଛି। ଏନେଇ ସରକାର ସୋମବାର ଆଲୋଚନା ପାଇଁ ଘରୋଇ ମାଲିକ ସଂଘ କର୍ମକର୍ତ୍ତାଙ୍କୁ ଡାକିଛନ୍ତି। ଆଲୋଚନା ବିଫଳ ହେଲେ ଯାତ୍ରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର):ଲକ୍ଷ୍ମୀ ବସ୍‌ ଚଳାଚଳକୁ ନେଇ ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍‌ ମାଲିକ ସଂଘ ପକ୍ଷରୁ ସୋମବାର ସା ୬ଟାରୁ ୨୪ ଘଣ୍ଟିଆ ବସ୍‌ ଚଳାଚଳ ବନ୍ଦ ରଖିବା ଲାଗି ଡାକରା ଦିଆଯାଇ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇଛନ୍ତି। ଏ ସମ୍ପର୍କରେ ଆଲୋଚନା କରିବା ଲାଗି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ସକାଳୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ବସ୍‌ ମାଲିକ ସଂଘକୁ ଡକାଯାଇଛି। ୧୪ ଜିଲାର ୨୫ ଘରୋଇ ବସ୍‌ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବେ ବୋଲି ଘୋଷଣା କରିସାରିଛନ୍ତି। ହେଲେ ମନ୍ତ୍ରୀଙ୍କ ତରଫରୁ ବୈଠକ ପରେ କଳାହାଣ୍ଡି ଘରୋଇ ବସ୍‌ ମାଲିକ ସଂଘ ସଭାପତି ପ୍ରବୋଧ କୁମାର ରଥ କହିଛନ୍ତି, ସୋମବାର ସକାଳ ୯ଟା ସମୟରେ ବ୍ରହ୍ମପୁରଠାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସହିତ ବୈଠକ ରହିଛି। ବୈଠକ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେଣୁ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଯାଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏକପ୍ରକାର ଜଣାପଡ଼ିଛି।
ବସ୍‌ ମାଲିକ ସଂଘ ପୂର୍ବରୁ ଅଭିଯୋଗ କରିଥିଲେ ଯେ, ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର-୧ ଅର୍ଥାତ୍‌ ଗ୍ରାମପଞ୍ଚାୟତରୁ ବ୍ଲକ୍‌ ମୁଖ୍ୟାଳୟକୁ ଲକ୍ଷ୍ମୀ ବସ୍‌ ଚାଲିଥିଲା। ପ୍ରତିବାଦ ପରେ ଏହା କିଛି ଦିନ ବନ୍ଦ ରହିଥିଲା। ତେବେ ପୁଣି ଟାୟାର-୨ ଲକ୍ଷ୍ମୀ ବସ ଚଳାଚଳ ନେଇ ବସ୍‌ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ସରକାର ବଦଳିଛି, ହେଲେ ପୂର୍ବ ସରକାରଙ୍କ ଯୋଜନା ବଦଳିନି ବୋଲି ବସ୍‌ ମାଲିକ ସଂଘ କହିଛନ୍ତି। ଏନେଇ ପରିବହନ ବିଭାଗ କିମ୍ବା ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। କଳାହାଣ୍ଡି ବସ୍‌ ମାଲିକ ସଂଘ ସଭାପତି ପ୍ରବୋଧ ରଥ କହିଥିଲେ, ୧୪ ଜିଲା ଓ ୨୫ଟି ୟୁନିୟନ ଏହି ବନ୍ଦ ଡାକରାରେ ସାମିଲ ହୋଇଛନ୍ତି। ବର୍ଷେ ହେଲା ଆମେ ସଂଗ୍ରାମ ଜାରି ରଖିଛୁ। ଆମ ବସ୍‌ ମାଲିକ ଓ କର୍ମଚାରୀଙ୍କ ଦୁଃଖ ବୁଝିବାକୁ ସରକାର ଚେଷ୍ଟା କରନ୍ତୁ। ଏହା ଆମ ପେଟପାଟଣାର କଥା। ସରକାର ଆମ ଦାବି ଗ୍ରହଣ କରି ଏହି ସମସ୍ୟାର ସମାଧାନ କରନ୍ତୁ ବୋଲି ଅନୁରୋଧ କରୁଛୁ। ନଚେତ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ସେ କହିଥିଲେ। ତେବେ ବସ୍‌ ମାଲିକ ସଂଘର ଏହି ବନ୍ଦ ପାଳନ ଆରମ୍ଭ ହେଲେ ଲକ୍ଷାଧିକ ଯାତ୍ରୀଙ୍କ ଯାତାୟାତରେ ସମସ୍ୟା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri