Posted inଜାତୀୟ

ସେ ମୋ ପାଖକୁ ନିଜେ ଇସ୍ତଫା ଦେବାକୁ ଆସିଥିଲେ, ପୋଲିସ କମିଶନରଙ୍କୁ ନେଇ ବଡ କଥା କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ କଥା ସାନମାକୁ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଗତ ସପ୍ତାହରେ କୋଲକାତା ପୋଲିସ କମିଶନର ନିଜେ ମୋ ପାଖକୁ ଇସ୍ତଫା ଦେବାକୁ ଆସିଥିଲେ। କିନ୍ତୁ ଦୁର୍ଗା ପୂଜାର ସମୟ ପାଖେଇ ଆସିଛି। ସେଥିପାଇଁ ଆଇନ ଶୃଙ୍ଖଳା ପରିସ୍ଥିତି ଯୋଗୁଁ ମୁଁ ସେମାନଙ୍କୁ ଅଟକାଇଲି। ସୂଚନାଯୋଗ୍ୟ, ଆର.ଜି କର ହସ୍ପିଟାଲରେ ହୋଇଥିବା ବଳାତ୍କାର ଓ ହତ୍ୟା ଘଟଣା ପରେ ପୋଲିସ କମିଶନରଙ୍କ ଇସ୍ତଫା ପାଇଁ ନିରନ୍ତର ଦାବି ରହିଛି।

ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟ ସଚିବାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ବୈଠକ କରିଥିଲେ। ଏହି ସମୟରେ ସେ କହିଥିଲେ ଯେ ଦୁର୍ଗା ପୂଜା ସମୟ ପାଖେଇ ଆସିଛି। ଏହି କାରଣରୁ ଆମକୁ ସତର୍କ ହେବା ଆବଶ୍ୟକ। ଧର୍ମ ବ୍ୟକ୍ତିଗତ କିନ୍ତୁ ପର୍ବ ସମସ୍ତଙ୍କର। ଦୁର୍ଗା ପୂଜା ଆମ ପାଇଁ ସବୁଠାରୁ ବଡ ପର୍ବ। ଏଭଳି ପରିସ୍ଥିତିରେ ବଙ୍ଗଳାକୁ ବଦନାମ କରିବା ପାଇଁ କୌଣସି ଷଡଯନ୍ତ୍ର ହେବା ଉଚିତ ନୁହେଁ। କିଛି ଟେଲିଭିଜନ ଚ୍ୟାନେଲ ଟିଆରପି ପାଇଁ ଲୋକଙ୍କୁ ଉଷକାଉଛନ୍ତି। କେତେକ ଲୋକ ରାଜ୍ୟରେ ନିଆଁ ଲଗାଇବାକୁ ଚାହୁଁଛନ୍ତି।

ସେ କହିଛନ୍ତି, କିଛି ଚ୍ୟାନେଲ କ୍ରମାଗତ ଭାବରେ ବଙ୍ଗଳା ଲୋକଙ୍କୁ ଅପମାନିତ କରିବାକୁ ଚେଷ୍ଟା କରୁଛି। ସେମାନେ ଭୁଲି ଯାଇଛନ୍ତି ଯେ ବଙ୍ଗଳାବାସୀ ବର୍ଷସାରା ଏହି ପର୍ବକୁ ଅପେକ୍ଷା କରନ୍ତି। ବଡ ବ୍ୟବସାୟ ପାଇଁ ଏହା ମଧ୍ୟ ସମୟ। କେତେକ ଲୋକ ଆମର ବ୍ୟବସାୟକୁ ମଧ୍ୟ ନଷ୍ଟ କରିବାକୁ ଚାହାଁନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଗତ ସପ୍ତାହରେ କୋଲକାତା ପୋଲିସ କମିଶନର ନିଜେ ମୋ ପାଖକୁ ଇସ୍ତଫା ଦେବାକୁ ଆସିଥିଲେ, କିନ୍ତୁ ବର୍ତ୍ତମାନ ଦୁର୍ଗା ପୂଜା ପାଖେଇ ଆସିଛି। ଏପରି ପରିସ୍ଥିତିରେ ଜଣେ ଆଇନ ଶୃଙ୍ଖଳା ପରିସ୍ଥିତି ବିଷୟରେ ସଚେତନ ହେବା ଉଚିତ୍‌। ଏହି କାରଣରୁ ଆମେ ତାଙ୍କୁ ଇସ୍ତଫା ଦେବା କୁ ବାରଣ କରିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri