କେନ୍ଦ୍ର ଉପରେ ୩ ହଜାର କୋଟି ଜିଏସ୍‌ଟି ବାକି

ଭୁବନେଶ୍ୱର,୧୩।୭(ବ୍ୟୁରୋ):  କେନ୍ଦ୍ର ସରକାରଙ୍କ ଉପରେ ୨୭୩୯ କୋଟି ଟଙ୍କାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ବାକି ରହିଛି। ଚଳିତ ମୌସୁମୀ ଅଧିବେଶନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଉପରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଜିଏସ୍‌ଟି କ୍ଷତିପୂରଣ ବାବଦରେ ୧୧୬୭.୫୦ କୋଟି ଟଙ୍କା ବକେୟା ଥିବା ବେଳେ ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଦୁଇମାସର ୧୫୭୧.୫୩ କୋଟି ଟଙ୍କା ବକେୟା ରହିଛି। ଜିଏସ୍‌ଟି ଆଇନ-୨୦୧୭ ଅନୁଯାୟୀ ୨୦୧୫-୧୬ ଆର୍ଥିକ ବର୍ଷକୁ ମୂଳ ବର୍ଷ ଭାବେ ରଖି ଜିଏସ୍‌ଟି ରାଜସ୍ବ ୧୪%ରୁ ଅଧିକ ହେଉ ନ ଥିଲେ କେନ୍ଦ୍ର ସରକାର ବକେୟା ରାଶି ୫ ବର୍ଷ ପାଇଁ ପ୍ରତି ଦୁଇମାସରେ ଭରଣା କରିବେ। କେନ୍ଦ୍ର ସରକାର ଜିଏସ୍‌ଟି ଟିକସ ବ୍ୟବସ୍ଥା ୨୦୧୭ ଜୁଲାଇ ପହିଲାରୁ ଲାଗୁ କରିଛନ୍ତି। କେନ୍ଦ୍ର ସରକାର ୨୦୧୭-୧୮ ଆର୍ଥିକ ବର୍ଷରେ ୨୩୪୮.୦୮ କୋଟି ପ୍ରଦାନ କରିଥିବା ବେଳେ ୨୦୧୮-୧୯ରେ ୪୨୪୧.୦୮ କୋଟି, ୨୦୧୯-୨୦ରେ ୫୩୩୧.୯୧ କୋଟି ପ୍ରଦାନ କରିଥ୍‌ତ୍ଲେ। ୨୦୨୦-୨୧ରେ କୋଭିଡ୍‌ ମହାମାରୀ ପାଇଁ କେନ୍ଦ୍ର ସରକାର ଆଂଶିକ ଭାବେ ୪୨୪୩.୪୨ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ପରେ ଜିଏସ୍‌ଟି କ୍ଷତିଭରଣା ପାଇଁ ୩୮୨୨ କୋଟି ବ୍ୟାକ୍‌ ଟୁ ବ୍ୟାକ୍‌ ଲୋନ ପ୍ରଦାନ କରିଥିଲେ। ୨୦୨୦-୨୧ ସୁଦ୍ଧା ଓଡ଼ିଶା ମୋଟ ୮,୦୬୫.୪୨ କୋଟି ଟଙ୍କା କେନ୍ଦ୍ର ନିକଟରୁ ଜିଏସ୍‌ଟି କ୍ଷତିପୂରଣ ଭାବେ ପାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?