ପ୍ରଶାସନିକ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ

ଢେଙ୍କାନାଳ ଅଫିସ, ୪।୫: କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣି ଆରମ୍ଭ ହୋଇଛି ପଥର ମାଫିଆଙ୍କ ଦୌରାତ୍ମ୍ୟ। ଓଡ଼ାପଡ଼ା ତହସିଲ ଇନ୍ଦିପୁର-ଗୁଣ୍ଡୁରାପଶି ଖଣିରୁ ଚୋରା ଚାଲାଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିବାବେଳେ ଅଭିଯୁକ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇଛନ୍ତି ଉପଜିଲାପାଳଙ୍କ ସମେତ ତହସିଲ କାର୍ଯ୍ୟାଳୟର ପଦସ୍ଥ ଅଧିକାରୀ। ଏ ନେଇ ଉପଜିଲାପାଳଙ୍କ ଏତଲା ଆଧାରରେ ସଦର ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଛି।
ଓଡ଼ାପଡ଼ା ତହସିଲ ଅନ୍ତର୍ଗତ ଇନ୍ଦିପୁର-ଗୁଣ୍ଡୁରାପଶି ପଥର ଖଣିରେ ସୋମବାର ବିଳମ୍ବିତ ରାତିରେ ବେଆଇନ ଭାବେ ପଥର ଖନନ କରି ରୋରାଚାଲାଣ କରାଯାଉଥିବା ସୂଚନା ପାଇ ପ୍ରଶାସନ ପକ୍ଷରୁ ଉପଜିଲାପାଳ ତଥା ଆଇଏଏସ୍‌ ପ୍ରୋବେଶନର ବିଭୂତି ଭୂଷଣ ନାୟକ, ଓଡ଼ାପଡ଼ା ତହସିଲଦାର ଏବଂ ତାଙ୍କ ଟିମ୍‌ ସମେତ ୧୦ ଜଣ କର୍ମଚାରୀ ଅତର୍କିତ ଚଢ଼ାଉ କରିଥିଲେ। ତେବେ ଧରାପଡ଼ିବା ଭୟରେ ୨ଜଣ ପଥର ମାଫିଆଙ୍କ ନେତୃତ୍ୱରେ ୧୨ରୁ ୧୪ଜଣ ଅସାମାଜିକ ବ୍ୟକ୍ତି ଠେଙ୍ଗାବାଡ଼ି, ବନ୍ଧୁକ ଓ ମାରଣାସ୍ତ୍ର ଧରି ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଉପଜିଲାପାଳଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଆତଙ୍କ ସୃଷ୍ଟି କରିବା ସହିତ ଗାଡ଼ି ଭଙ୍ଗରୁଜା କରିଥିଲେ। ଏହି ଘଟଣାରେ ୪ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳେ ଅନ୍ୟ ୩ଜଣ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ତେବେ ଘଟଣା ସୋମବାର ବିଳମ୍ବିତ ରାତିରେ ଘଟିଥିଲେ ମଧ୍ୟ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଥାନାରେ ଏତଲା ଦିଆ ନ ଯିବା ଏବଂ ଚଢ଼ାଉ ପୂର୍ବରୁ ପୋଲିସ ପ୍ରଶାସନକୁ ଅବଗତ ନ କରିବା କିମ୍ବା ଆବଶ୍ୟକ ସହାୟତା ନ ଲୋଡ଼ିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅପରପକ୍ଷେ ଉପଜିଲାପାଳଙ୍କ ଅଭିଯୋଗକ୍ରମେ ଥାନାରେ ନଂ. ୨୧୨/୨୨, ଦଫା ୩୪୧, ୩୨୩, ୩୫୭, ୩୦୭, ୨୫ ଏବଂ ୨୭ ଆର୍ମସ୍‌ ଆକ୍ଟରେ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ଅତୀତରେ ଗଁଦିଆ ବ୍ଲକ ନିହଲପ୍ରସାଦ ଅଞ୍ଚଳରେ ଅନୁରୂପ ଘଟଣା ଘଟିଥିଲା। ପଥର ଖାଦାନରୁ ଗାଡ଼ି ଜବତ କରି ଆଣୁଥିବାବେଳେ ମାଫିଆଙ୍କ ରୋଷର ଶିକାର ହୋଇଥିଲେ ଜଣେ ଅତିରିକ୍ତ ଜିଲାପାଳ। ଅଭିଯୁକ୍ତମାନେ ତାଙ୍କଠାରୁ ଗାଡ଼ି ଛଡ଼ାଇ ନେଇଥିଲେ। କିଛିଦିନର ବ୍ୟବଧାନ ପରେ ଏଭଳି ଘଟଣାର ପୁନରାବୃତ୍ତି ଚର୍ଚ୍ଚାର ବିଷୟ ପାଲଟିଛି। ଲଘୁ ଖଣିଜ ଉତ୍ସରୁ ଚୋରା ଚାଲାଣ ରୋକିବା ଲାଗି ସରକାର ଗୁରୁତ୍ୱାରୋପ କରୁଥିବା ବେଳେ କାର୍ଯ୍ୟାନୁଷ୍ଠାନ ସମୟରେ ମାଫିଆଙ୍କ ଆକ୍ରମଣ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।
ଏ ନେଇ ଜିଲାପାଳ ସରୋଜ କୁମାର ସେଠୀ କୁହନ୍ତି, ବେଆଇନ ଖଣି ଖାଦାନରେ ଚଢ଼ାଉ ସମୟରେ ଅଧିକାରୀଙ୍କୁ ଆକ୍ରମଣ କରିବା ଘଟଣାରେ ପୋଲିସ ୬ଜଣଙ୍କୁ ଧରିଛି। ଏଭଳି କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ। ଆଗାମୀ ଦିନରେ ଚଢ଼ାଉ ଆହୁରି ଜୋର୍‌ଦାର କରାଯିବ। ଯେଉଁମାନେ ଏଭଳି କାଣ୍ଡ ଘଟାଇଛନ୍ତି, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?