ଫେବୃୟାରୀରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକିନେଲେ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକେଇ। ଯେତେ ସଚେତନ କରାଗଲେ ମଧ୍ୟ ଏଥିରେ ରୋକ୍‌ ଲଗାଯାଇ ପାରୁନାହିଁ। ବୁଧବାର ପ୍ରକାଶ ପାଇଥିବା ସାଇବର ରିପୋର୍ଟ ଅନୁସାରେ, ଗତ ଫେବୃୟାରୀରେ ସାଇବର ଠକ ବିଭିନ୍ନ ଉପାୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବାବେଳେ ପୋଲିସ ୩୨ ଲକ୍ଷରୁ ଅଧିକ ଫେରାଇ ଆଣିବାରେ ସଫଳ ହୋଇଛି।

ଭୁବନେଶ୍ୱର ସାଇବର୍‌ କ୍ରାଇମ ହେଲ୍ପ ଡେସ୍କରେ ଫେବୃୟାରୀ ମାସ ମଧ୍ୟରେ ହେଲ୍ପଲାଇନ ନମ୍ବରରୁ ମୋଟ ୩୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୫୦ଟି ୟୁପିଆଇଜନିତ ଓ ୧୦୮ଟି କ୍ରେଡିଟ୍‌/ଡେବିଟ୍‌ କାର୍ଡଜନିତ ଅଭିଯୋଗ ରହିଛି । ସେହିପରି ୫୦ଟି ସୋସିଆଲ ମିଡିଆଜନିତ ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ଅନ୍ୟ ଉପାୟରେ ୨୭ଟି ଠକେଇଜନିତ ଅଭିଯୋଗ ଏହି ସାଇବର କ୍ରାଇମ୍‌ ହେଲ୍ପ ଡେସ୍କ ଗ୍ରହଣ କରିଛି। ଗତ ମାସ ମଧ୍ୟରେ ଭୁବନେଶ୍ୱର ସହରାଞ୍ଚଳ ଜିଲାରେ ବିଭିନ୍ନ ଅଭିଯୋଗ ମାଧ୍ୟମରେ ମୋଟ ୧ କୋଟି ୪୪ ଲକ୍ଷ ୪ ହଜାର ୬୩୧ ଟଙ୍କା ସାଇବର ଠକଙ୍କ ଆକାଉଣ୍ଟକୁ ଯାଇଛି। ଏଥିମଧ୍ୟରୁ ମୋଟ ୫ଟି ମାମଲା ଭୁବନେଶ୍ୱରର ସାଇବର କ୍ରାଇମ୍‌ ଓ ଅର୍ଥନୈତିକ ଅପରାଧ ଥାନାରେ ପଞ୍ଜୀକୃତ କରାଯାଇଥିଲା। ତ୍ୱରିତ ପଦକ୍ଷେପ ସ୍ବରୂପ ସାଇବର ଠକଙ୍କ ଆକାଉଣ୍ଟରୁ ମୋଟ ୧୦ ଲକ୍ଷ ୧୩ ହଜାର ୧୭୭ ଟଙ୍କା ଫେରସ୍ତ ଅଣାଯାଇଥିବାବେଳେ ୨୨ ଲକ୍ଷ ୪୯ ହଜାର ୬୫୬ ଟଙ୍କାକୁ ବ୍ଲକ୍‌ କରାଯାଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri