ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି ଅନୁଗୋଳ ନିର୍ବାଚନମଣ୍ଡଳୀ ସହ ତାଳଚେର ଓ ପାଲଲହଡ଼ା ନିର୍ବାଚନମଣ୍ଡଳୀର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ତାଙ୍କ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଅପରାହ୍ନ ୩ଟା ୩୫ରେ ମୁଖ୍ୟମନ୍ତ୍ରୀ ଅନୁଗୋଳ ଷ୍ଟାଡିୟମ୍‌ରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ସଭାସ୍ଥଳକୁ ଯିବେ। ଏହାପରେ ବିଜେଡିର ମୁଖପାତ୍ର ତଥା ଅନୁଗୋଳ ନିର୍ବାଚନମଣ୍ଡଳୀର ସହପର୍ଯ୍ୟବେକ୍ଷକ ଚିନ୍ମୟ ସାହୁ ସ୍ବାଗତ ଭାଷଣ ପ୍ରଦାନ କରିବେ। ଏହାପରେ ଅନୁଗୋଳ ନିର୍ବାଚନମଣ୍ଡଳୀର ବିଧାୟିକା ପ୍ରାର୍ଥତ୍ନୀ ସଂଯୁକ୍ତା ସିଂହ, ତାଳଚେର ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ପାଲଲହଡ଼ା ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ମୁକେଶ ପାଲ ଏବଂ ଢେଙ୍କାନାଳ ଲୋକ ସଭା ଏମ୍‌ପି ପ୍ରାର୍ଥୀ ଡା. ଅବିନାଶ ସାମଲ ଭୋଟ୍‌ ଭିକ୍ଷା କରିବେ। ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡେଙ୍କାନାଳ ଏମ୍‌ପି ପ୍ରାର୍ଥୀ ଓ ୩ ଜଣ ବିଧାୟକଙ୍କ ପାଇଁ ଆର୍ଶୀବାଦ ଦେବାକୁ ଜନସାଧାରଣଙ୍କୁ ଅନୁରୋଧ କରିବେ। ଶେଷରେ ଅନୁଗୋଳ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ଧନ୍ୟବାଦ ଅର୍ପଣ କରିବେ। ଅନୁଗୋଳ ଷ୍ଟାଡିୟମ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଥିବାରୁ ବିଜେଡି କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହାପରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଗସ୍ତରେ ଯାଇ ଅପରାହ୍ନ ୪ଟାରେ ସୁନ୍ଦରିଖାଲ ପଡ଼ିଆରେ ପହଞ୍ଚି ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟଭିକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri