ଦିନକ ପରେ ନେଇଥାନ୍ତେ ଚାକିରିରୁ ଅବସର: ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗଞ୍ଜାମ,୨୮।୬(ବିଦ୍ୟାଧର ସାହୁ ): ଦିନକ ପରେ ନେଇଥାନ୍ତେ ଚାକିରିରୁ ଅବସର। ସୋମବାର ଗଞ୍ଜାମ ବ୍ଲକରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା ନିଜ ଚାକିରି ଜୀବନରୁ ଅବସର ନେଇଥାନ୍ତେ। କିନ୍ତୁ ବିଧିର ବିଧାନ ଶନିବାର ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ସହକାରୀ ଯନ୍ତ୍ରୀ ପଣ୍ଡାଙ୍କ ବିଭିନ୍ନ ବାସଗୃହ ଆଦି ସ୍ଥାନରେ ଚଢ଼ାଉ ହୋଇଥିବା ଘଟଣା ସମସ୍ତଙ୍କୁ ଚକିତ କରିଛି । ଏଥିସହ ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସର ଏକ ଟିମ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀଙ୍କ ପ୍ରକୋଷ୍ଠରେ ଦୀର୍ଘ ସମୟ ଧରି ଏସଆଇ ସୌମ୍ୟ ରଞ୍ଜନ ପଣ୍ଡା, ଏ ଏସଆଇ ପ୍ରତାପ କୁମାର ଶତପଥୀ ପ୍ରମୁଖ ବିଭିନ୍ନ କାଗଜ ପତ୍ର ଯାଞ୍ଚ କରିଥିଲେ । ସେଠାରୁ ଦୁଇ ପେକେଟ ବିସ୍କୁଟ ମିଳିଥିବା ଶୁଣିବାକୁ ମିଳିଛି।ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ ଟି ସ୍ଥାନରେ ଚଢ଼ାଉ ହୋଇଥିଲା । ବ୍ରହ୍ମପୁର ରାମହରି ନଗରରେ ଥିବା ସୁଶୀଲଙ୍କ ବାସଭବନ, ଆଙ୍କୁଲି ମୁକ୍ତେଶ୍ୱର ଆପାର୍ଟମେଣ୍ଟର ଦୁଇଟି ଫ୍ଲାଟ, ପୁରୀ ଚୁଡଙ୍ଗ ସାହି, କବିସୂର୍ଯ୍ୟନଗର ଗୁଡିଆଳିର ତାଙ୍କର ପୈତୃକ ଘର, ପୁରୁଷୋତ୍ତମପୁର ବେଢ ଗାଁରେ ଥିବା ତାଙ୍କର ପୈତୃକ ଘର ସହ ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ଏକକାଳୀନ ଭାବେ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଏହି ଚଢ଼ାଉରେ ୬ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ଭିଜିଲାନ୍ସ ଚଢ଼ାଉ ସମୟରେ କିଛି ନଗଦ ଟଙ୍କା ସହ କିଛି ସୁନା ଅଳଙ୍କାର ଜବତ


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri