ରୋଗର ଯନ୍ତ୍ରଣା ସହି ନ ପାରି ଜୀବନ ହାରିଦେଲେ, ସ୍ତ୍ରୀଙ୍କ ଆଖିରୁ ଲୁହ ଶୁଖୁନି, ପୁଅ ସ୍ତବ୍ଧ

ନିରାକାରପୁର,୨୩ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ରୋଗର ଯନ୍ତ୍ରଣା ସହି ନ ପାରି ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ତେବେ ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ କଁପୁରପଞ୍ଚାୟତ ମଳିପ ସାହିର ବଳଭଦ୍ର ପାତାଳ ସିଂ ଓରଫ ବଳିଆ (୩୯)। ଏନେଇ ମୃତ ବଳିଆଙ୍କ ସମ୍ପର୍କୀୟ ଦାଦା ବୈକୁଣ୍ଠ ପାତାଳସିଂ ଜଙ୍କିଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ତାଙ୍କ ଅଭିଯୋଗ ଅନୁଯାୟୀ, ପୁତୁରା ବଳିଆଙ୍କର ଡାହାଣ ଗୋଡ଼ରେ ଏକ ଅଜଣା ଘା’ ହୋଇଥିଲା। ଯେତେ ଆଡୁ ଔଷଧ ଖାଇଲେ ମଧ୍ୟ ତାହା ଭଲ ହୋଇ ନ ଥିଲା। ସେ ଜଣେ ଦିନ ମଜୁରିଆ ହୋଇଥିବାରୁ ବହୁ ଟଙ୍କା ଖର୍ଚ୍ଚ ପରେ ମଧ୍ୟ ‘ଘା’ ଟି ଶୁଖି ନ ଥିଲା କିମ୍ବା କୌଣସି ଉପଶମ ମିଳି ନଥିଲା। ବେଳକୁବେଳେ ଏହାଦ୍ୱାରା କଷ୍ଟ ହେବାରୁ ସେ ଆଉ ସହି ନ ପାରି କୀଟନାଶକ ପିଇଦେଇଥିଲେ। ପରେ ଯନ୍ତ୍ରଣାରେ ଛଟପଟ ହେଉଥିବା ଦେଖି ପରିବାର ପକ୍ଷରୁ ତାଙ୍କୁ ଶନିବାର ଖୋର୍ଦ୍ଧା ସରକାରୀ ମେଡିକାଲକୁ ନିଆଯାଇଥିଲ। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିବା ଜଙ୍କିଆ ଥାନାରେ ଲିଖିତ ଅଭିଯୋଗ ଦାଦା ଜଣାଇଛନ୍ତି। ଏହି ଅଭିଯୋଗକୁ ଭିତ୍ତିକରି ଜଙ୍କିଆଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇ ତଦନ୍ତ ଚାଲିଥିବା ଜଙ୍କିଆ ଥାନାଧିକାରିଣୀ ପ୍ରଜ୍ଞା ଋ଼ତୁମ୍ଭରା କର ସୂଚନା ଦେଇଛନ୍ତି। ଗାଁକୁ ମୃତଦେହ ଆସିବା ପରେ ଏକ ଶୋକାକୁଳ ପରିବେଶରେ ସ୍ଥାନୀୟ ଶ୍ମଶାନରେ ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ଅକାଳରେ ସାନ ପୁଅର ଏଭଳି ଅବସ୍ଥା ଦେଖି ମା’ ପାଗଳ ପ୍ରାୟ ହୋଇଯାଇଥିବା ବେଳେ ସ୍ତ୍ରୀଙ୍କ ଆଖିରୁ ଲୁହ ଶୁଖୁନି। ସବୁଠାରୁ ଦୁଃଖର ବିଷୟ ଏକମାତ୍ର ୮ ବର୍ଷର ଶିଶୁ ପୁତ୍ର ବାପାଙ୍କୁ ସବୁଦିନ ପାଇଁ ହରାଇ ଏକପ୍ରକାର ସ୍ତବ୍ଧ ପାଲଟି ଯାଇଥିବା କରୁଣ ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?