ଯାତ୍ରାର ଲକ୍ଷ୍ୟ ସ୍ଥିର କରିବାକୁ ପଡ଼ିବ:ଜୁନେଜା

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ବର୍ତ୍ତମାନ ସମୟରେ ଆମକୁ ଆଗ ଆମର ଯାତ୍ରାର ଲକ୍ଷ୍ୟ ପଥ ସ୍ଥିର କରିବାକୁ ହେବ। ଯାତ୍ରାର ଲକ୍ଷ୍ୟ ଅନୁଯାୟୀ ଆମକୁ ପ୍ରସ୍ତୁତି କରିବାକୁ ପଡ଼ିବ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା ଡା. ସଞ୍ଜୀବ ଜୁନେଜା ନାଇପର ମୋହାଲି ଫାର୍ମାସ୍ୟୁଟିକାଲ ମ୍ୟାନେଜମେଣ୍ଟ ବିଭାଗ ପକ୍ଷରୁ ଆୟୋଜିତ ‘ସମପ୍ରଭ ୟୁନିୟନ ଅଫ୍‌ ମ୍ୟାଗ୍‌ନେଟ୍ସ’ କନ୍‌କ୍ଲେଭର ୩ୟ ସଂସ୍କରଣରେ ସମ୍ମାନିତ ଅତିଥି ଓ ବକ୍ତାଭାବେ ଯୋଗଦେଇ ଏଭଳି କିଛି ମତବ୍ୟକ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ,ପଞ୍ଜାବର ଅଗ୍ରଣୀ ଶିକ୍ଷାନୁଷ୍ଠାନ ତଥା ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫାର୍ମାସ୍ୟୁଟିକାଲ ଏଡୁକେଶନ ଆଣ୍ଡ ରିସର୍ଚ୍ଚ ଏସ୍‌ଏଏସ୍‌ ନଗର (ମୋହାଲି) ବା ନାଇପର ମୋହାଲିର ଫାର୍ମାସ୍ୟୁଟିକାଲ ମ୍ୟାନେଜମେଣ୍ଟ ବିଭାଗ ପକ୍ଷରୁ ଆୟୋଜିତ ‘ସମପ୍ରଭ ୟୁନିୟନ ଅଫ୍‌ ମ୍ୟାଗ୍‌ନେଟ୍ସ’ର ୩ୟ ସଂସ୍କରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ତିରୁପତି ଗ୍ରୁପ୍‌ର ପ୍ରତିଷ୍ଠାତା,ନିର୍ଦ୍ଦେଶକ ତଥା ସିଇଓ ଅଶୋକ ଗୋଏଲ, ନାଇପର ମୋହାଲିର ବୋର୍ଡ ଅଫ୍‌ ଗଭନର୍ସର ଚେୟାରମ୍ୟାନ ଡା. ଗିରୀଶ ସୈନୀ ଏବଂ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା ଡା. ସଞ୍ଜୀବ ଜୁନେଜା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଜୁନେଜା ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରି ବର୍ତ୍ତମାନର ପ୍ରତିଯୋଗିତାମୂଳକ ବ୍ୟବସ୍ଥା ମଧ୍ୟରେ ଆମକୁ ଆମର ଯାତ୍ରାପଥ ଓ ଲକ୍ଷ୍ୟସ୍ଥଳ ସ୍ଥିର କରିବାକୁ ପଡ଼ିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଦିଭିସା ହର୍ବାଲ୍ସର ଅନେକ ବ୍ରାଣ୍ଡ୍‌ ଯଥା କେଶ କିଙ୍ଗ୍‌, ଡଃ ଆର୍ଥୋ, ପେଟ୍‌ ସଫା, ରୂପମନ୍ତ୍ରା, ସଚ୍ଚି ସହେଲୀ ଏବଂ ଆଇମନ୍ତ୍ରା ଭଳି ଅନେକ ଲୋକପ୍ରିୟ ଔଷଧୀୟ ଉତ୍ପାଦ ଏକ ବ୍ରାଣ୍ଡ୍‌ରେ ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

୮ମ ବେତନ କମିଶନ: ନୂଆ ଦରମା କେତେ ହେବ, ପରେ କେତେ ବଢିବ; ଜାଣନ୍ତୁ ସବୁକିଛି

ଭୁବନେଶ୍ୱର,୨୮ା୧: ୮ମ କେନ୍ଦ୍ରୀୟ ବେତନ କମିଶନ ଗଠନ ଓ ଏହାର କାର୍ଯ୍ୟକାରିତାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ସାଧାରଣତଃ ଦରମା କେତେ ପ୍ରତିଶତ ବଢ଼ିବ,…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri