ଅଫିସ୍‌ରେ ପଶି ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ମାଡ଼

ପଟ୍ଟାମୁଣ୍ଡାଇ,୩।୪(ସ୍ବ.ପ୍ର.): ଚାଷ ଜମି ପାଖରେ ବେଆଇନ ଇଟାଭାଟି ନିର୍ମାଣକୁ ବିରୋଧ କରି ଚାଷୀମାନେ ତହସିଲଦାରଙ୍କୁ ବାରମ୍ବାର ଜଣାଇଥିଲେ ।
ହେଲେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା । ଶନିବାର ଚାଷୀମାନେ ତହସିଲ ଅଫିସରେ ପଶି ତହସିଲଦାରଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ା ଏହାକୁ ନେଇ ସ୍ଥାନୀୟ ତହସିଲ ଅଫିସରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ମୋହନପୁର ପଞ୍ଚାୟତ କଣିପାଳ ଗ୍ରାମର ଏକାଧିକ ଚାଷୀ ନିଜ ଜମିରେ ଫସଲ କରିଛନ୍ତି। ସେହି ଜମି ପାଖରେ ଜଣେ ବ୍ୟକ୍ତି ବେଆଇନ ଭାବେ ଇଟା ଭାଟି ତିଆରି କରିଛନ୍ତି। ଏ ସଂକ୍ରାନ୍ତlରେ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କ ନିକଟରେ ଚାଷୀମାନେ ଅଭିଯୋଗ କରିଥିଲେ।
ହେଲେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା। ଏହାର ପ୍ରତିବାଦରେ ଗତ ୩ ଦିନ ତଳେ ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀ ଧାରଣାରେ ବସିଥିଲେ। ତହସିଲଦାର ଦିଲ୍ଲୀପ ସେଠୀଙ୍କ ପ୍ରତିଶ୍ରୁତି ମିଳିବା ପରେ ଗ୍ରାମବାସୀ ଧାରଣାରୁ ଉଠିଥିଲେ ା ହେଲେ ଶୁକ୍ରବାର ରାତିରେ ସମ୍ପୃକ୍ତ ବ୍ୟକ୍ତି ନିଜ ଇଟାଭାଟିରେ ନିଆଁ ଦେବାରୁ ଶନିବାର ଉତ୍ତ୍ୟକ୍ତ ଚାଷୀମାନେ ତହସିଲ ଅଫିସକୁ ଆସି ଏ ସଂକ୍ରାନ୍ତରେ ତହସିଲଦାରଙ୍କୁ ଜଣାଇବା ସହିତ ସମ୍ପୃକ୍ତ ଇଟାଭାଟି ମାଲିକଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ ବୋଲି ପ୍ରଶ୍ନ କରିଥିଲେ। ଏହାକୁ ନେଇ ତହସିଲଦାର ସେଠୀଙ୍କ ସହିତ ଚାଷୀମାନଙ୍କ ବଚସା ହେବା ସହିତ ଧସ୍ତାଧସ୍ତି ହୋଇଥିଲା। କଣିପାଳ ଗାଁର ଦୋଳଗୋବିନ୍ଦ ସାହୁ ଓ ଉଦୟଭାନୁ ସାହୁ ମିଳିତ ଭାବେ ତହସିଲଦାରଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିଲେ ବୋଲି ତହସିଲଦାର ସେଠୀ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ୨ ଅଭିଯୁକ୍ତଙ୍କୁ ଧରି ନେଇ ଥାନାରେ ଅଟକ ରଖିଛି। ଉକ୍ତ ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri